Skip to content
The Believer's Library

Indian Revised Version(IRV) Odia - 2021

Isaiah 31 IRVOry

Side by side with the Father's Heart Bible™

ମିସର ଉପରେ ନିର୍ଭରକାରୀ ସନ୍ତାପର ପାତ୍ର

1ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତିଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି;ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!

2ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ;ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।

3ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି;ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।

4କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି,“ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ,ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ,ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।

5ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ;ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।”

6ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ। 7କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।

8“ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ;ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।

9ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,”ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]