Skip to content
The Believer's Library

Indian Revised Version(IRV) Odia - 2021

Isaiah 31 IRVOry

Show IRVOry only
Verse × ×
1 Woe to those who go down to Egypt for help, who rely on horses, who trust in chariots because they are many and in horsemen because they are very strong—but they do not look to the Holy One of Israel, our Father, nor seek him. ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!
2 Yet he too is wise and brings disaster; he does not take back his words. He will rise against the house of the evildoers and against the help of those who do wrong. ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।
3 The Egyptians are men and not God; their horses are flesh and not spirit. When our Father stretches out his hand, the helper will stumble and the one helped will fall, and together they will all come to an end. ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।
4 For this is what our Father said to me: As a lion or a young lion growls over its prey—and though a band of shepherds is called out against it, it is not terrified by their shouting or intimidated by their noise—so the Father of heaven's armies will come down to fight on Mount Zion and on its height. କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।
5 Like birds hovering overhead, so the Father of heaven's armies will shield Jerusalem; he will shield and deliver it, he will pass over it and rescue it. ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।”
6 Return to him from whom the people of Israel have so deeply turned away. ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।
7 For in that day everyone will reject his idols of silver and his idols of gold, which your own hands have sinfully made for you. କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।
8 Then Assyria will fall by a sword that is not man's, and a sword not of mankind will devour him. He will flee before the sword, and his young men will be put to forced labor. “ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।
9 His stronghold will crumble in terror, and his princes will flee in panic from the battle standard, declares our Father, whose fire is in Zion and whose furnace is in Jerusalem. ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]