Skip to content
The Believer's Library

Indian Revised Version(IRV) Odia - 2021

Isaiah 5 IRVOry

Show IRVOry only
Verse × ×
1 Let me sing now for the one I love a song of my beloved about his vineyard. My beloved had a vineyard on a very fertile hillside. ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
2 He dug it and cleared it of stones and planted it with the choicest vines. He built a watchtower in the middle of it and also carved out a winepress in it. Then he waited for it to yield good grapes, but it yielded only wild ones. ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
3 "And now, you who live in Jerusalem and you people of Judah, judge between me and my vineyard. ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।
4 What more was there to do for my vineyard that I have not done in it? Why, when I waited for it to yield good grapes, did it yield only wild ones? ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?
5 And now let me tell you what I am about to do to my vineyard: I will take away its hedge, and it will be devoured; I will break down its wall, and it will be trampled. ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;
6 I will make it a wasteland; it will not be pruned or hoed, and briers and thorns will grow up over it. And I will command the clouds to send no rain upon it." ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।
7 For the vineyard of the Father of heaven's armies is the house of Israel, and the people of Judah are his cherished planting. He looked for justice, but found only bloodshed; for righteousness, but heard only an outcry. ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।
8 Woe to those who add house to house and join field to field, until there is no room left and you live alone in the middle of the land. ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର!
9 With my own ears I heard the Father of heaven's armies swear: "Surely many houses will become desolate, great and beautiful ones left without anyone to live in them. ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, “ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।
10 For ten acres of vineyard will yield only about six gallons of wine, and ten baskets of seed will yield only one basket of grain." କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”
11 Woe to those who rise early in the morning to chase strong drink, who linger late into the evening till wine inflames them. ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର!
12 At their feasts there are lyre and harp, tambourine and flute and wine, but they pay no regard to the deeds of our Father, and they do not see the work of his hands. ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
13 Therefore my people go into exile for lack of knowledge; their honored men are starved, and the common people are parched with thirst. ଏଥିପାଇଁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକସମୂହ ତୃଷାରେ ଶୁଷ୍କ ହେଉଅଛନ୍ତି।
14 Therefore the grave has enlarged its appetite and opened its mouth wide, and down go her splendor and her crowds, her uproar and all who rejoice in her. ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି।
15 So mankind is humbled, and each person is brought low, and the proud eyes of the arrogant are cast down. ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;
16 But the Father of heaven's armies is exalted in justice, and our holy Father shows himself holy in righteousness. ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।
17 Then lambs will graze as in their own pasture, and strangers will feed among the ruins of the rich. ସେହି ସମୟରେ ମେଷଶାବକମାନେ ଆପଣା ଚରାସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।
18 Woe to those who drag their wickedness along with cords of lies, and sin as with cart ropes, ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶଗଡ଼ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର!
19 who say, "Let him hurry; let him speed his work, so we may see it. Let the plan of the Holy One of Israel draw near and come, so we may know it." ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”
20 Woe to those who call evil good and good evil, who call darkness light and light darkness, who call bitter sweet and sweet bitter. ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର!
21 Woe to those who are wise in their own eyes and clever in their own sight. ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!
22 Woe to those who are heroes at drinking wine and champions at mixing strong drink, ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;
23 who acquit the guilty for a bribe and strip away the rights of the innocent. ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!
24 Therefore, as a tongue of fire devours the stubble and dry grass shrivels in the flame, so their roots will rot and their blossom go up like dust; for they have rejected the instruction of the Father of heaven's armies, and despised the word of the Holy One of Israel. ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନିଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
25 Therefore the anger of our Father burned against his people, and he stretched out his hand against them and struck them. The mountains quaked, and their corpses lay like garbage in the streets. For all this his anger has not turned away, and his hand is still stretched out. ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
26 He will raise a signal for the nations far away and whistle for them from the ends of the earth, and swiftly, speedily they come. ପୁଣି, ସେ ଦୂରଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;
27 Not one of them is weary or stumbles, not one drowses or sleeps; not a belt is loosened at the waist, not a sandal strap is broken. ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ;
28 Their arrows are sharpened and all their bows are drawn; their horses' hooves seem like flint and their wheels like a whirlwind. ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍‍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;
29 Their roar is like a lion; they roar like young lions. They growl and seize the prey and carry it off, with no one to rescue the victims. ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।
30 On that day they will growl over it like the growling of the sea. And if anyone looks across the land, there is only darkness and distress; even the light is darkened by its clouds. ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]