Skip to content
The Believer's Library

Indian Revised Version(IRV) Odia - 2021

Isaiah 52 IRVOry

Show IRVOry only
Verse × ×
1 Wake up, wake up, put on your strength, Zion; put on your beautiful garments, Jerusalem, the holy city; for the uncircumcised and the unclean will never enter you again. ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।
2 Shake yourself from the dust and arise; take your throne, Jerusalem; free yourself from the bonds around your neck, captive daughter of Zion. ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।
3 For this is what our Father says: "You were sold for nothing, and you will be redeemed without money." କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।
4 For this is what the Sovereign Father says: "At first my people went down to Egypt to live there as foreigners, and Assyria oppressed them for nothing. କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।
5 "And now, what is this?" declares our Father, "seeing that my people are taken away for nothing? Their rulers wail," declares our Father, "and continually, all day long, my name is despised. ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।
6 Therefore my people will know my name; therefore in that day they will know that it is I who speak; here I am." ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ; ଦେଖ, ସେ ଆମ୍ଭେ।”
7 How beautiful on the mountains are the feet of the messenger who brings good news, who proclaims peace, who brings good news of good things, who proclaims salvation, who says to Zion, "Your Father reigns!" ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!
8 Listen! Your watchmen lift up their voices; together they shout for joy, for with their own eyes they will see our Father returning to Zion. ହେଇ, ତୁମ୍ଭ ପ୍ରହରୀଗଣର ରବ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।
9 Burst into song together, you ruins of Jerusalem, for our Father has comforted his people; he has redeemed Jerusalem. ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।
10 Our Father has bared his holy arm in the sight of all the nations, and all the ends of the earth will see the salvation of our Father. ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।
11 Leave! Leave! Go out from there; touch no unclean thing; go out from among them; purify yourselves, you who carry the vessels of our Father. ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।
12 For you will not go out in haste, nor will you flee; for our Father will go before you, and our Father will be your rear guard. କାରଣ ତୁମ୍ଭେମାନେ ତରତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍‍ବର୍ତ୍ତୀ ହେବେ।
13 See, my servant will act wisely; he will be raised and lifted up and highly exalted. ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହାମହିମ ହେବେ।
14 Just as many were appalled at him—his appearance was so disfigured beyond that of any man, and his form beyond that of any human being, ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,
15 so he will sprinkle many nations; kings will shut their mouths because of him. For what they were not told, they will see, and what they had not heard, they will understand. ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]