Skip to content
The Believer's Library

Indian Revised Version(IRV) Odia - 2021

Isaiah 53 IRVOry

Side by side with the Father's Heart Bible™

1ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?

2କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ;ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।

3ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ,ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।

4ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି।ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।

5ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ;ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।

6ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ;ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।

7ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ;ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇସେ ଆପଣା ମୁଖ ଫିଟାଇଲେ ନାହିଁ।

8ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା?ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।

9ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।

10ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ,ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।

11ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ;ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।

12ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ;କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ;ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]