Skip to content
The Believer's Library

Indian Revised Version(IRV) Odia - 2021

Isaiah 53 IRVOry

Show IRVOry only
Verse × ×
1 Who has believed our message? And to whom has the arm of our Father been revealed? ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
2 For he grew up before him like a tender shoot, and like a root out of dry ground; he had no stately form or majesty to make us look at him, no beauty to attract us to him. କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
3 He was despised and rejected by men, a man of sorrows and acquainted with grief; and like one from whom people hide their faces, he was despised, and we thought nothing of him. ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
4 Surely he has borne our griefs and carried our sorrows; yet we considered him stricken, struck down by our Father, and afflicted. ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
5 But he was pierced for our rebellion; he was crushed for our sins; the punishment that brought us peace was upon him, and by his wounds we are healed. ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
6 We all, like sheep, have gone astray; we have turned, each one, to his own way; and our Father has laid on him the sin of us all. ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
7 He was oppressed, and he was afflicted, yet he did not open his mouth; like a lamb led to the slaughter, and like a sheep silent before its shearers, so he did not open his mouth. ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।
8 By oppression and judgment he was taken away; and who among his generation gave any thought to this—that he was cut off from the land of the living, struck down for the rebellion of my people? ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।
9 They assigned him a grave with the wicked, and with a rich man in his death, though he had done no violence, and no deceit was in his mouth. ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।
10 Yet it was our Father's will to crush him and to make him suffer; when he makes his life an offering for guilt, he will see his offspring, he will live long, and the will of our Father will prosper through him. ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
11 After the anguish of his soul he will see the light and be satisfied; by his knowledge my righteous servant will make many righteous, and he will bear their sins. ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
12 Therefore I will give him a portion among the many, and he will divide the spoil with the strong, because he poured out his life to death and was numbered with the transgressors; yet he bore the sin of many, and he intercedes for the transgressors. ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]