Skip to content
The Believer's Library

Indian Revised Version(IRV) Odia - 2021

Isaiah 58 IRVOry

Show IRVOry only
Verse × ×
1 "Shout aloud, do not hold back; raise your voice like a trumpet. Declare to my people their rebellion, to the house of Jacob their sins. “ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
2 "Yet day after day they seek me and delight to know my ways, like a nation that does what is right and has not forsaken the justice of their Father. They ask me for righteous judgments; they delight to draw near to our Father. ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
3 Why have we fasted, and you have not seen it? Why have we humbled ourselves, and you take no notice?' Look—on the day of your fast you pursue your own desire, and you drive all your workers hard. ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
4 "Look—you fast only to quarrel and to fight and to strike with a wicked fist. You cannot fast as you do today and expect your voice to be heard in heaven. ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।
5 Is this the kind of fast I choose, a day for a person to humble himself? Is it only to bow the head like a reed, and to spread coarse cloth and ashes beneath him? Is this what you call a fast, a day pleasing to your Father? ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?
6 "Is not this the fast I choose: to loosen the chains of wickedness, to untie the cords of the yoke, to set the oppressed free, and to break every yoke? ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
7 Is it not to share your bread with the hungry, and to bring the homeless poor into your house; when you see the naked, to clothe him, and not to hide yourself from your own flesh and blood? କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?
8 "Then your light will break forth like the dawn, and your healing will spring up quickly; your righteousness will go before you, and my glory will be your rear guard." ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ।
9 Then you will call, and I will answer; you will cry for help, and I will say, 'Here I am.' If you remove the yoke from among you, the pointing finger and malicious talk, ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;
10 "if you pour yourself out for the hungry and satisfy the desire of the afflicted, then your light will rise in the darkness, and your night will become like noonday. ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
11 I will guide you continually, and satisfy you in scorched places; I will strengthen your bones. You will be like a watered garden, like a spring of water whose waters never fail. ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।
12 Your people will rebuild the ancient ruins; you will raise up the age-old foundations. You will be called Repairer of the Breach, Restorer of Streets to Live In. ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।
13 "If you keep your foot from breaking the Sabbath, from pursuing your own desire on my holy day; if you call the Sabbath a delight and honor my holy day; if you honor it by not going your own way, not pursuing your own desire or speaking idle words, ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
14 then you will find your delight in me, and I will make you ride on the heights of the land and feed you with the heritage of your father Jacob—for the mouth of your Father has spoken." ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]