Skip to content
The Believer's Library

Indian Revised Version(IRV) Odia - 2021

Isaiah 59 IRVOry

Show IRVOry only
Verse × ×
1 Look, our Father's hand is not too short to save, nor his ear too dull to hear. ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
2 But your wrongs have separated you from your Father, and your sins have hidden his face from you, so that he does not hear. ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
3 For your hands are defiled with blood, and your fingers with sin; your lips have spoken lies, your tongue mutters wickedness. କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭେମାନେ ମିଥ୍ୟା କହିଅଛ, ଓ ତୁମ୍ଭମାନଙ୍କର ଜିହ୍ୱା ଦୁଷ୍ଟତା ବକେ;
4 No one calls for justice, and no one pleads with honesty. They trust in emptiness and speak lies; they conceive trouble and give birth to evil. କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।
5 They hatch the eggs of vipers and weave the spider's web; whoever eats their eggs dies, and when one is crushed, a viper breaks out. ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।
6 Their webs cannot become clothing, and they cannot cover themselves with what they make. Their works are works of wrongdoing, and their hands are full of violence. ସେମାନଙ୍କର ଜାଲ ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ।
7 Their feet run to evil, and they hurry to shed innocent blood. Their thoughts are thoughts of wrongdoing; ruin and destruction lie along their every road. ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ।
8 The way of peace they do not know, and there is no justice in their ways. They have made their paths crooked; no one who walks in them knows peace. ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।
9 Therefore justice is far from us, and righteousness does not reach us. We wait for light, but there is only darkness; for brightness, but we walk in gloom. ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ।
10 We grope along the wall like the blind; like those without eyes we grope. We stumble at noon as if in twilight; among the strong we are like the dead. ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ଡି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ଡି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ।
11 We all growl like bears and moan mournfully like doves. We wait for justice, but there is none; for salvation, but it stays far from us. ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି।
12 For our rebellions are many before you, and our sins testify against us. Our rebellions are with us, and our wrongdoing we know: କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
13 rebelling and denying our Father, turning back from following our Father, speaking oppression and revolt, conceiving and muttering lying words from the heart. ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
14 So justice is driven back, and righteousness stands far off; for truth has stumbled in the public square, and integrity cannot enter. ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ।
15 Truth is missing, and whoever turns from evil is plundered. Our Father saw it and was displeased that there was no justice. ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
16 He saw that there was no one, and was appalled that no one would intervene; so his own arm brought salvation, and his righteousness upheld him. ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା।
17 He put on righteousness like a breastplate, and a helmet of salvation on his head; he clothed himself in garments of vindication and wrapped himself in zeal like a cloak. ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ରରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।
18 According to their deeds, so he will repay: wrath to his adversaries, repayment to his enemies; to the distant coastlands he will give them what they deserve. ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।
19 So they will fear the name of our Father from the west, and his glory from the rising of the sun; for he will come like a rushing river, driven by the wind of our Father. ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତ ପରି ଶତ୍ରୁ ମାଡ଼ି ଆସିବ।
20 Then the Redeemer will come to Zion, to those in Jacob who turn from their sins, declares our Father. ପୁଣି, ସଦାପ୍ରଭୁ କହନ୍ତି, “ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ।”
21 "As for me, this is my covenant with them," says our Father: "My Spirit who is upon you, and my words that I have put in your mouth, will not depart from your mouth, or from the mouth of your children, or from the mouth of your children's children," says our Father, "from now on and forever." ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]