Skip to content
The Believer's Library

Indian Revised Version(IRV) Odia - 2021

Isaiah 6 IRVOry

Show IRVOry only
Verse × ×
1 In the year King Uzziah died, I saw the Lord Jesus seated on a throne, high and lifted up, and the hem of his robe filled the temple. ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।
2 Above him stood seraphim, each with six wings: two covered the face, two covered the feet, two flew. ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।
3 They called to one another: "Holy, holy, holy is our Father, Son, and Holy Spirit, the Lord of heaven's armies; the whole earth is full of his glory." ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”
4 At the sound of their voices the thresholds' foundations shook, and the house filled with smoke. ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।
5 Then I said: "Woe to me! I'm ruined! I'm a man of unclean lips living among people of unclean lips—and my eyes have seen the King, Jesus, the Lord of all heaven's armies!" ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”
6 Then one of the seraphim flew to me with a glowing coal in his hand, taken with tongs from the altar. ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇଥିଲେ;
7 He touched my mouth with it and said, "See, this touched your lips; your guilt is removed, your sin atoned for." ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”
8 Then I heard the voice of our Lord Jesus saying, "Whom should I send? Who will go for us?" I said, "Here I am. Send me." ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”
9 He said, "Go, tell this people: 'Keep hearing, but never understand; keep seeing, but never perceive.' ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’
10 Make the heart of this people calloused; make their ears dull and their eyes blind—so they will not see with their eyes, hear with their ears, understand with their hearts, and turn and be healed." ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
11 Then I said, "How long, Lord Jesus?" He answered: "Until cities lie ruined and empty, houses without people, the land left utterly desolate, ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
12 "Until our Father has sent the people far away, and vast emptiness covers the land. ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।
13 And though a tenth remains in it, it will be burned again—like a terebinth or an oak whose stump remains when it is felled. The holy seed is its stump." ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]