Skip to content
The Believer's Library

Indian Revised Version(IRV) Odia - 2021

Isaiah 63 IRVOry

Show IRVOry only
Verse × ×
1 Who is this coming from Edom, in crimson-stained garments from Bozrah, this one majestic in his apparel, striding in his great strength? "It is I, proclaiming righteousness, mighty to save." ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? “ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”
2 Why is your apparel red, and your garments like one who treads in the winepress? ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି?
3 "I have trodden the winepress alone, and from the peoples no one was with me; I crushed them in my anger and trampled them in my wrath; their lifeblood splattered on my garments, and I stained all my apparel. “ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।
4 For the day of reckoning was in my heart, and the year of my redeemed had come. କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।
5 I looked, but there was no one to help; I was appalled that no one upheld me; so my own arm brought me salvation, and my wrath upheld me. ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
6 I trampled the peoples in my anger; I made them drunk in my wrath, and I poured out their lifeblood on the ground." ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।”
7 I will tell of the covenant love of our Father, the praises of him, according to all that he has done for us, and the great goodness he has shown to the house of Israel, according to his compassion, according to his abundant covenant love. ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।
8 For he said, "Surely they are my people, children who will not be false." And he became their Savior. କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।
9 In all their affliction he was afflicted, and the messenger of his presence saved them; in his love and in his compassion he redeemed them; he lifted them up and carried them all the days of old. ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
10 But they rebelled and grieved his Holy Spirit; so he turned and became their enemy, and he himself fought against them. ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
11 Then he recalled the days of old, of Moses and of his people. Where is the one who led them up from the sea, with his flock's shepherds? Where is the one who placed his Holy Spirit among them, ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
12 who stretched out his glorious arm at the right hand of Moses, who divided the waters before them to make for himself an everlasting name, ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
13 who led them through the depths? Like a horse in the wilderness, they did not stumble. ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?
14 Like livestock that go down into the valley, the Spirit of our Father gave them rest. So you led your people, to make for yourself a glorious name. ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।
15 Look down from heaven and see, from your holy and glorious dwelling. Where are your zeal and your mighty deeds? The stirring of your heart and your compassion are held back from me. ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି।
16 For you are our Father, though Abraham does not know us and Israel does not acknowledge us; you are our Father; our Redeemer from ages past is your name. ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି।
17 Why, our Father, do you let us wander from your ways and harden our heart, so that we do not fear you? Return for the sake of your servants, the tribes of your heritage. ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।
18 For a little while your holy people held possession; our enemies have trampled your sanctuary. ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।
19 We have become like those you have never ruled, like those not called by your name. ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]