Skip to content
The Believer's Library

Indian Revised Version(IRV) Odia - 2021

Isaiah 64 IRVOry

Side by side with the Father's Heart Bible™

1ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,

2ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!

3ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।

4କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି,ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।

5ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ;ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା?

6କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।

7ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ;କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।

8ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ;ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।

9ହେ ସଦାପ୍ରଭୋ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିରକାଳ ଅପରାଧ ମନରେ ରଖ ନାହିଁ;ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।

10ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି,ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।

11ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ରଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।

12ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ?

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]