Skip to content
The Believer's Library

Indian Revised Version(IRV) Odia - 2021

Isaiah 64 IRVOry

Show IRVOry only
Verse × ×
1 Oh, that you would tear open the heavens and come down, that the mountains would quake at your presence, ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
2 as fire sets brushwood ablaze and causes water to boil—to make your name known to your adversaries, so that the nations would tremble at your presence! ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!
3 When you did awesome things that we did not expect, you came down, and the mountains quaked at your presence. ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।
4 Since ancient times, no one has heard or perceived by ear, no eye has seen any besides you, who acts for the one who waits for him. କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
5 You welcome those who gladly do what is right, who remember you as they walk in your ways. But you were angry, and we sinned; we have long been in our sins—can we be saved? ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା?
6 We have all become like one who is unclean, and all our righteous deeds are like a filthy garment. We all wither like a leaf, and our sins, like the wind, sweep us away. କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
7 There is no one who calls on your name, who rouses himself to take hold of you; for you have hidden your face from us and have handed us over to our sins. ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।
8 But now, you are our Father; we are the clay, and you are our potter; we are all the work of your hand. ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।
9 Do not be so terribly angry, our Father, and do not remember our sin forever. Look, please—we are all your people. ହେ ସଦାପ୍ରଭୋ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିରକାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।
10 Your holy cities have become a wilderness; Zion has become a wilderness, Jerusalem a desolation. ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
11 Our holy and beautiful house, where our fathers praised you, has been burned with fire, and all that we treasured has become a ruin. ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।
12 After all this, will you hold back, our Father? Will you keep silent and afflict us so terribly? ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ?
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]