Skip to content
The Believer's Library

Indian Revised Version(IRV) Odia - 2021

Isaiah 7 IRVOry

Show IRVOry only
Verse × ×
1 In the days of Ahaz son of Jotham, son of Uzziah, king of Judah, Rezin king of Aram and Pekah son of Remaliah king of Israel marched on Jerusalem to fight it, but could not overpower it. ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।
2 When the house of David heard, "Aram has joined forces with Ephraim," the hearts of Ahaz and his people shook like forest trees before the wind. ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
3 Then our Father told Isaiah, "Go meet Ahaz, you and your son Shear-jashub, at the end of the upper pool's channel, on the road to the Launderer's Field, ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।
4 and tell him: Take care, stay calm, don't be afraid or lose heart over these two smoking stubs of firewood—over the fierce anger of Rezin, Aram, and Remaliah's son. ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।
5 Because Aram, along with Ephraim and the son of Remaliah, has plotted evil against you, saying, କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
6 'Let us march up against Judah, terrify it, split it open for ourselves, and set the son of Tabeel as king over it,' ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍‍, ଟାବେଲର ପୁତ୍ରକୁ ସ୍ଥାପନ କରୁ।
7 this is what the Sovereign Father says: It will not stand, and it will not happen. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।
8 For the head of Aram is Damascus, and the head of Damascus is Rezin. Within sixty-five years Ephraim will be shattered—no longer a people. କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
9 The head of Ephraim is Samaria, and the head of Samaria is the son of Remaliah. If you do not stand firm in faith, you will not stand at all." ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’”
10 Our Father spoke to Ahaz again, saying, ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ,
11 "Ask your Father for a sign; make it deep as the grave or high as the heavens." “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।”
12 But Ahaz said, "I will not ask, and I will not put our Father to the test." ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”
13 Isaiah said, "Listen, house of David! Isn't it enough that you weary people? Must you weary my Father too? ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?
14 So the Sovereign Father himself will give you a sign: Look, the virgin will conceive, bear a son, and name him Immanuel. ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
15 He will eat curds and honey by the time he knows to reject evil and choose good. ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।
16 Before the boy knows to reject evil and choose good, the land whose two kings you dread will be abandoned. କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।
17 Our Father will bring on you, your people, and your father's house days unlike any since Ephraim broke from Judah—the king of Assyria. ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”
18 In that day our Father will whistle for the fly from Egypt's distant streams and for the bee in the land of Assyria, ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍‍ ଦେବେ।
19 and they will all come and settle in the steep ravines and in the clefts of the rocks, on all the thornbushes and at all the watering holes. ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।
20 In that day the Sovereign Father will shave—with a razor hired from beyond the Euphrates, the king of Assyria—the head and leg hair, and sweep the beard away too. ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।
21 In that day a man will keep alive a young cow and two sheep, ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇଗୋଟି ମେଷ ପୋଷିଲେ,
22 and because of the abundance of milk, he will eat curds; all left in the land will eat curds and honey. ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।
23 That day, every place with 1,000 vines worth 1,000 silver pieces will become thorns and thornbushes. ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।
24 People come there with arrows and bow, for all the land will be thornbushes and thorns. ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।
25 You will not go to the hills once worked with the hoe, for fear of the thornbushes and thorns; they become pasture for cattle and trampling ground for sheep." ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]