Skip to content
The Believer's Library

Indian Revised Version(IRV) Odia - 2021

Isaiah 8 IRVOry

Show IRVOry only
Verse × ×
1 Our Father said to me, "Take a large tablet and write on it plainly: 'Belonging to Maher-shalal-hash-baz.'" ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)”
2 So I called reliable witnesses to attest for me—Uriah the priest and Zechariah son of Jeberechiah. ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।
3 Then I went to the prophetess; she conceived and bore a son, and our Father said to me, "Name him Maher-shalal-hash-baz. ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।
4 Before the boy knows how to cry 'My father' or 'My mother,' Damascus's wealth and Samaria's plunder will be carried off before Assyria's king." କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
5 Our Father spoke to me yet again: ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,
6 "Because this people has refused the gently flowing waters of Shiloah and rejoices over Rezin and the son of Remaliah, “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
7 therefore the Sovereign Father is about to bring up against them the mighty floodwaters of the River—the king of Assyria and all his glory. It will rise over all its channels and overflow all its banks, ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
8 and it will sweep on into Judah, flooding and passing through, reaching up to the neck; and its outstretched wings will fill the breadth of your land, Immanuel." ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”
9 Be shattered, you peoples, and be broken! Listen, all you distant lands! Strap on your armor and be broken; strap on your armor and be broken! ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ।
10 Devise your plan, but it will come to nothing; speak your word, but it will not stand—for our Father is with us. ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
11 For this is what our Father told me, his strong hand on me, warning me not to walk this people's way: କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
12 "Do not call conspiracy everything this people calls conspiracy; do not fear what they fear, and do not be terrified. ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
13 The Father of heaven's armies—he is the one you should regard as holy. Let him be your fear; let him be your dread. ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
14 He will become a sanctuary; but to both houses of Israel he will be a stone that makes them stumble and a rock that makes them fall, and to the inhabitants of Jerusalem a trap and a snare. ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
15 Many among them will stumble; they will fall and be broken, they will be snared and captured." ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।”
16 Preserve the testimony; seal the teaching among my disciples. ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।
17 I will wait for our Father, who is hiding his face from the house of Jacob; I will hope in him. ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
18 Here am I, and the children our Father gave me—signs and wonders in Israel from the Father of heaven's armies, who lives on Mount Zion. ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
19 When they tell you, "Ask the mediums and those who consult spirits, who whisper and mutter," should a people not ask their Father? Should they consult the dead for the living? ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”
20 To the teaching and the testimony! If they don't speak according to this word, they have no light of dawn. ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
21 Distressed and hungry, they will roam the land; when famished, they will rage and curse their king and their Father, and look up. ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
22 They will look to the earth and see only distress and darkness, the gloom of anguish; and they will be driven into thick darkness. ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]