Skip to content
The Believer's Library

Indian Revised Version(IRV) Odia - 2021

Isaiah 9 IRVOry

Show IRVOry only
Verse × ×
1 But there will be no gloom for her that was in anguish. Earlier he humbled the land of Zebulun and Naphtali, but later he honored the way of the sea, beyond the Jordan, Galilee of the nations. ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ଅନ୍ଧକାର ହୋଇ ରହିବ ନାହିଁ। ପୂର୍ବକାଳରେ ସେ ସବୂଲୂନ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ।
2 The people walking in darkness have seen a great light; on those who lived in a land of deep darkness, a light has shone. ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହା ଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।
3 You have multiplied the nation; you have increased its joy. They rejoice before you as with joy at the harvest, as men are glad when they divide the plunder. ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,
4 For the yoke of his burden, and the bar across his shoulder, the rod of his oppressor, you have shattered as on the day of Midian. କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।
5 For every boot of the trampling warrior in the din of battle, and every garment soaked in blood, will be burned as fuel for the fire. ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।
6 For to us a child is born, to us a son is given; and the government will be upon his shoulder. And his name will be called Wonderful Counselor, Mighty God, Everlasting Father, Prince of Peace. କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
7 There will be no end to the increase of his government and peace, on the throne of David and over his kingdom, to establish it and to uphold it with justice and with righteousness from now on and forevermore. The zeal of the Father of heaven's armies will accomplish this. ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।
8 The Sovereign Father has sent a word against Jacob, and it has fallen on Israel. ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,
9 And all the people will know it—Ephraim and the inhabitants of Samaria—who say with proud and arrogant hearts: ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,
10 "The bricks have fallen, but we will rebuild with cut stones; the sycamores have been cut down, but we will put cedars in their place." “ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।”
11 So our Father raises against them the adversaries of Rezin, and stirs up their enemies. ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ;
12 Aram from the east and the Philistines from the west have devoured Israel with open mouth. For all this his anger has not turned away, and his hand is still outstretched. ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
13 Yet the people did not turn to the one who struck them, nor did they seek the Father of heaven's armies. ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।
14 So our Father cut off from Israel both head and tail, palm branch and reed, in a single day, ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।
15 the elder and the honored man are the head, and the prophet who teaches lies is the tail. ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,
16 For those who guide this people lead them astray, and those who are guided by them are swallowed up. କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।
17 Therefore the Sovereign Father does not rejoice over their young men, and has no compassion on their orphans and their widows; for everyone is godless and an evildoer, and every mouth speaks foolishness. For all this his anger has not turned away, and his hand is still outstretched. ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
18 For wickedness burns like a fire; it consumes briers and thorns; it kindles the thickets of the forest, and they roll upward in a column of smoke. ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।
19 Through the wrath of the Father of heaven's armies, the land is scorched, and the people have become like fuel for the fire; no one spares his brother. ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।
20 They carve on the right, but are still hungry; they devour on the left, but are not satisfied; each devours the flesh of his own arm. ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ;
21 Manasseh devours Ephraim, and Ephraim Manasseh, and together they are against Judah. For all this his anger has not turned away, and his hand is still outstretched. ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]