Skip to content
The Believer's Library

Indian Revised Version(IRV) Odia - 2021

James 1 IRVOry

Show IRVOry only
Verse × ×
1 James, a servant of our Father and the Lord Jesus Christ, to the twelve tribes scattered among the nations: greetings. ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର।
2 Consider it pure joy, my brothers and sisters, whenever you face trials of many kinds, ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
3 because you know that the testing of your faith produces perseverance. ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।
4 Let perseverance finish its work so that you may be mature and complete, lacking nothing. ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।
5 If any of you lacks wisdom, ask our Father, who gives freely to all without criticizing, and it will be given you. କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
6 Ask in faith, without doubting, for the doubter is like a sea wave, driven and tossed by the wind. କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।
7 That person should not expect to receive anything from our Father. ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;
8 Such a person is double-minded and unstable in all their ways. ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର।
9 Let the believer in humble circumstances take pride in their high position, ଦୀନ ଅବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ,
10 but let the rich boast in their low state, since they'll pass like a wildflower. ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ।
11 The sun rises with scorching heat and withers the grass. Its flower falls; its beauty vanishes. So the rich fade away amid their pursuits. ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ।
12 Blessed is the one who endures trial, because once tested they'll receive the crown of life our Father promised to those who love him. ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।
13 When tempted, no one should say, "Our Father is tempting me." Evil can't tempt our Father, and he tempts no one. କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ବରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ବର ମନ୍ଦରେ ପରୀକ୍ଷିତ ହୋଇପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।
14 But each person is tempted, dragged away and lured by their own evil desire. କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
15 Then desire conceives and gives birth to sin; sin, full-grown, gives birth to death. ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।
16 Don't be deceived, my dear brothers and sisters. ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।
17 Every good and perfect gift is from above, coming down from the Father of lights, who never changes or casts a shifting shadow. ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
18 By his choice, he gave us birth through the word of truth, so we'd be a kind of firstfruits of his creation. ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।
19 Know this, my dear brothers and sisters: everyone should be quick to listen, slow to speak, slow to anger, ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,
20 because human anger does not produce the righteousness of our Father. କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।
21 So strip off all moral filth and excess evil; humbly receive the word planted in you, able to save your souls. ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।
22 Do not merely listen to the word, and so deceive yourselves. Do what it says. କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।
23 Anyone who hears the word but doesn't act on it is like one who looks at his natural face in a mirror, କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,
24 and, after looking at himself, goes away and immediately forgets what he looks like. ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ।
25 But whoever peers into the perfect law of freedom, continuing in it—not a forgetful hearer but a doer who acts—will be blessed in his doing. କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।
26 If anyone thinks himself religious but doesn't control his tongue, he deceives his own heart—his religion is worthless. ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।
27 Pure and spotless religion before our Father is this: caring for orphans and widows in their distress, and keeping oneself unstained from the world. ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]