Skip to content
The Believer's Library

Indian Revised Version(IRV) Odia - 2021

James 3 IRVOry

Show IRVOry only
Verse × ×
1 My brothers and sisters, not many of you should become teachers, since we teachers face stricter judgment. ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ ଯେ, ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା।
2 For we all stumble in many ways. Anyone who never stumbles in speech is a mature man, able to control his whole body too. ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
3 If we put bits in horses' mouths to make them obey us, we guide their whole bodies too. ଦେଖ, ଆମ୍ଭେମାନେ ଅଶ୍ୱମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ୱାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ।
4 Consider ships too: though large and driven by strong winds, a tiny rudder steers them wherever the pilot wants. ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।
5 So too the tongue is a small body part, yet boasts great things. See how small a fire sets ablaze a great forest! ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ।
6 The tongue is a fire, a world of wickedness placed among our body's parts. It stains the whole body, sets the whole course of life ablaze, and is itself set ablaze by hell. ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ।
7 Every kind of beast, bird, reptile, and sea creature is tamed, and has been tamed, by humankind, କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି;
8 but no human being can tame the tongue. It is a restless evil, full of deadly poison. କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ।
9 With it we bless our Father; with it we curse people made in the likeness of our Father. ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;
10 From the same mouth come blessing and cursing. My brothers and sisters, this should not be. ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।
11 Does a spring pour out both fresh and bitter water from the same opening? ନିର୍ଝର କଅଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ?
12 Brothers and sisters, can a fig tree bear olives, or a vine figs? Neither can a salt spring yield fresh water. ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।
13 Who is wise and understanding among you? Let him show his deeds through good conduct, in wisdom's humility. ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।
14 But if bitter envy and selfish ambition fill your heart, don't boast or lie against the truth. କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।
15 This is not the wisdom that comes down from above, but is earthly, unspiritual, demonic. ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ;
16 For where there is jealousy and selfish ambition, there will be disorder and every vile practice. କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।
17 Wisdom from above: pure first, then peace-loving, gentle, reasonable, full of mercy and good fruit, unbiased, sincere. କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
18 And the harvest of righteousness is sown in peace by those who make peace. ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]