Skip to content
The Believer's Library

Indian Revised Version(IRV) Odia - 2021

James 4 IRVOry

Show IRVOry only
Verse × ×
1 Where do wars and fights among you come from? Isn't it your cravings warring inside you? ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?
2 You want and don't have—you kill. You crave and can't get it—you quarrel and fight. You don't have because you don't ask. ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
3 You ask and do not receive, because you ask wrongly, to spend it on your own pleasures. ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।
4 You adulterous people! Don't you know friendship with the world is hostility toward our Father? Whoever chooses to be its friend becomes an enemy of our Father. ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
5 Or does Scripture speak for nothing, saying the spirit he placed in us longs jealously? ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?
6 But he gives more grace. That is why Scripture says, "Our Father opposes the proud but gives grace to the humble." କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
7 Submit yourselves, then, to our Father. Resist the devil, and he will flee from you. ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
8 Come close to our Father, and he will come close to you. Cleanse your hands, sinners; purify your hearts, double-minded. ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
9 Grieve, mourn, and weep. Turn your laughter to mourning and your joy to gloom. ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ।
10 Humble yourselves before our Father, and he will lift you up. ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
11 Don't speak against each other, brothers and sisters. Whoever speaks against a brother, or judges him, speaks against the law and judges it. But if you judge the law, you're not keeping it—you're judging it. ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।
12 Only one gives the law and judges—able to save or destroy. Who are you to judge your neighbor? ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?
13 Come now, you who say, "Today or tomorrow we will go to this or that city, spend a year, trade, and profit." ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;
14 You don't know what tomorrow brings. What is your life? For you're a mist, visible briefly, then gone. କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।
15 Instead you ought to say, "If our Father wills, we will live and do this or that." ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।
16 As it is, you boast in your arrogance. All such boasting is evil. କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।
17 So whoever knows the good to do and fails to do it, sin is theirs. ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]