Skip to content
The Believer's Library

Indian Revised Version(IRV) Odia - 2021

Jeremiah 50 IRVOry

Side by side with the Father's Heart Bible™

ବାବିଲର ବିଚାର

1ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍‍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।

2“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ;ପ୍ରଚାର କର ଓ ଗୋପନ ନ କରି କୁହ,ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା;ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।

3କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି,ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ;ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।

ଇସ୍ରାଏଲର ପ୍ରତ୍ୟାବର୍ତ୍ତନ

4ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ;ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।

5ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ,‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରାସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’

6ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି,ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି,ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇଅଛନ୍ତି;ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି,ସେମାନେ ଆପଣାମାନଙ୍କର ବିଶ୍ରାମ-ସ୍ଥାନ ପାସୋରିଅଛନ୍ତି।

7ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତିଓ ସେମାନଙ୍କର ବିପକ୍ଷମାନେ କହିଲେ,‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର,ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।’

8ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅଓ କଲ୍‍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ,ପୁଣି ପଲର ଅଗ୍ରଗାମୀ ଛାଗ ସ୍ୱରୂପ ହୁଅ।

9କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରିବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା;ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ;ତହିଁରେ ତାହା ଶତ୍ରୁର ହସ୍ତଗତ ହେବ;ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ,କୌଣସି ତୀର ବିଫଳ ହେବ ନାହିଁ।

10ପୁଣି, କଲ୍‍ଦୀୟା ଲୁଟିତ ଦ୍ରବ୍ୟ ହେବ,ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।

11ହେ ଆମ୍ଭର ଅଧିକାର ଅପହରଣକାରୀମାନେ,ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ,ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;

12ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ;ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ;ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍‍ ହେବ,ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ।

13ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ,ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ;ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ,ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ।

14ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ,ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ;କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର;କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।

15ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି;ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି;କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ;ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।

16ତୁମ୍ଭେମାନେ ବାବିଲରୁ ବୀଜବାପକକୁଓ ଶସ୍ୟ ସଂଗ୍ରହ ସମୟରେ ଦା ଧରିବା ଲୋକଙ୍କୁ ଉଚ୍ଛିନ୍ନ କର,ଉତ୍ପୀଡ଼କ ଖଡ୍ଗ ଭୟରେ ସେମାନେ ପ୍ରତ୍ୟେକେଆପଣା ଆପଣା ଲୋକଙ୍କ ନିକଟକୁ ଫେରିଯିବେଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ।

17ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି;ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା;ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସରତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।

18ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି,ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇଅଛୁ,ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।

19ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବାଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।

20ସଦାପ୍ରଭୁ କହନ୍ତି,ସେହି ଦିନରେ ଓ ସେହି ସମୟରେଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ।କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।

21ସଦାପ୍ରଭୁ କହନ୍ତି,ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ;ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କରଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।

22ଦେଶରେ ସଂଗ୍ରାମର ଓ ମହାବିନାଶର ଶବ୍ଦ ହେଉଅଛି।

23ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି!ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି!

24ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ,ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି,ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।

25ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍‍ଦୀୟମାନଙ୍କ ଦେଶରେପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।

26ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ,ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର;ତାହାର କିଛି ଅବଶିଷ୍ଟ ରଖ ନାହିଁ।

27ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ;ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ,ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।

28ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ,ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର,ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।

29ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁବାବିଲ ବିରୁଦ୍ଧରେ ଏକତ୍ର ଡାକ;ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର;ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ;ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ;ସେ ଯେପରି କରିଅଛି, ତାହା ପ୍ରତି ସେପରି କର;କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।

30ଏହେତୁ ସଦାପ୍ରଭୁ କହନ୍ତି,ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।

31ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ,ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।

32ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବଓ କେହି ତାହାକୁ ଉଠାଇବ ନାହିଁ;ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବାଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।

33ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି,ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତିଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ,ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି;ସେମାନଙ୍କୁ ଛାଡ଼ିଦେବାକୁ ଅସମ୍ମତ ହେଉଅଛନ୍ତି;

34(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ;ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ,ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍‍ବିଗ୍ନ କରିବା ନିମନ୍ତେସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।

35ସଦାପ୍ରଭୁ କହନ୍ତି,କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ,ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।

36ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ;ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ।

37ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି,ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ;ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।

38ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ;କାରଣ ସେ ଖୋଦିତ ପ୍ରତିମାଗଣର ଦେଶ,ଆଉ ଲୋକମାନେ ଆପଣା ଆପଣା ଦେବଗଣରେ ଉନ୍ମତ୍ତ ଅଟନ୍ତି।

39ଏଥିପାଇଁ ବନ-ପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ;ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରାଯିବ ନାହିଁ।

40ସଦାପ୍ରଭୁ କହନ୍ତି,ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା,ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ,କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।

41ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତିଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।

42ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ;ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି;ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।

43ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛିଓ ତାହାର ହସ୍ତ ଦୁର୍ବଳ ହୁଏ;ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।

44ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରିଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ;ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା;ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା;କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”

45ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣାଓ କଲ୍‍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ;ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇଯିବେ;ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।

46ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛିଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]