Skip to content
The Believer's Library

Indian Revised Version(IRV) Odia - 2021

Job 16 IRVOry

Side by side with the Father's Heart Bible™

ଆୟୁବ - ତୁମ୍ଭେ ସବୁ ମିଥ୍ୟା ସାନ୍ତ୍ୱନାକାରୀ

1ଏଥିରେ ଆୟୁବ ଉତ୍ତର କରି କହିଲା,

2“ମୁଁ ଏପରି ଅନେକ କଥା ଶୁଣିଅଛି;ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ।

3ଅସାର କଥାରେ କି ଶେଷ ଥାଏ?ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି?

4ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି;ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା,ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତିଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।

5ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତିଓ ମୋʼ ଓଷ୍ଠାଧରର ସାନ୍ତ୍ୱନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା।

6ମୁଁ କଥା କହିଲେ ହେଁ ମୋʼ ଦୁଃଖର ଉପଶମ ହେଉ ନାହିଁ;ମୁଁ ନୀରବ ହେଲେ ହେଁ ମୋହର ଆରାମ ହୁଏ ନାହିଁ।

7ମାତ୍ର ସେ ଏବେ ମୋତେ କ୍ଳାନ୍ତ କରିଅଛନ୍ତି;ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ।

8ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ;ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠିମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ।

9ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି;ସେ ମୋʼ ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି;ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି।

10ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି;ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି;ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି।

11ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତିଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି।

12ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ;ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି;ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି।

13ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି,ସେ ମୋହର ବୃକକ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ;ସେ ମୋହର ପିତ୍ତ ଭୂମିରେ ଢାଳନ୍ତି।

14ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି;ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି।

15ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛିଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି।

16ରୋଦନରେ ମୋହର ମୁଖ ବିକୃତ ହୋଇଅଛିଓ ମୃତ୍ୟୁଚ୍ଛାୟା ମୋʼ ଚକ୍ଷୁର ପତା ଉପରେ ଅଛି।

17ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁଓ ମୋହର ପ୍ରାର୍ଥନା ନିର୍ମଳ।

18ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁଓ ମୋହର କ୍ରନ୍ଦନ କୌଣସି ବିଶ୍ରାମ-ସ୍ଥାନ ନ ପାଉ।

19ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ୱର୍ଗରେ ଅଛନ୍ତିଓ ମୋʼ ପକ୍ଷରେ ପ୍ରମାଣଦାତା ସ୍ୱର୍ଗରେ ଅଛନ୍ତି।

20ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି;ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;

21ଯେପରି ସେ ପରମେଶ୍ୱରଙ୍କ ନିକଟରେ ମନୁଷ୍ୟରଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ।

22କାରଣ ଅଳ୍ପ ବର୍ଷ ଗତ ହେଲେଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]