Skip to content
The Believer's Library

Indian Revised Version(IRV) Odia - 2021

Job 25 IRVOry

Side by side with the Father's Heart Bible™

ବିଲ୍‍ଦଦ୍‍-ମନୁଷ୍ୟ ପକ୍ଷେ ଧାର୍ମିକ ଓ ଶୁଚି ଅସମ୍ଭବ

1ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,

2“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ;ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।

3ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି?କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?

4ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ?ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ?

5ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେଓ ତାରାଗଣ ନିର୍ମଳ ନୁହନ୍ତି;

6ତେବେ କୀଟମାତ୍ର ମନୁଷ୍ୟ କʼଣ!ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]