Skip to content
The Believer's Library

Indian Revised Version(IRV) Odia - 2021

Job 27 IRVOry

Side by side with the Father's Heart Bible™

ଆୟୁବ - ମୋହର ସତ୍ୟତା ରଖିବି

1ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,

2“ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି;ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;

3(କାରଣ ଏବେ ହେଁ ମୋର ଜୀବନ ମୋʼ ମଧ୍ୟରେ ସୁସ୍ଥ ଅଛିଓ ମୋʼ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି); ସେ ଜୀବିତ ଥିବା ପ୍ରମାଣେ,

4ନିଶ୍ଚୟ ମୋʼ ଓଷ୍ଠାଧର ଅଧର୍ମର କଥା କହିବ ନାହିଁଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ।

5ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ;ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ।

6ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ;ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋʼ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।

7ମୋହର ଶତ୍ରୁ ଦୁଷ୍ଟର ପରି ହେଉଓ ମୋʼ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ।

8କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ,ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?

9ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କିପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ?

10ସେ କି ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରେ ଆନନ୍ଦ କରିବଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ?

11ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି;ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ।

12ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ;ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ?”

13“ପରମେଶ୍ୱରଙ୍କ ନିକଟରେ ଦୁଷ୍ଟ ଲୋକର ଏହି ବାଣ୍ଟଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାରପ୍ରାପ୍ତ ହୁଅନ୍ତି।

14ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।

15ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେଓ ସେମାନଙ୍କର ବିଧବାମାନେ କିଛି ବିଳାପ କରିବେ ନାହିଁ।

16ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,

17ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ।

18ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରିଆପଣା ଗୃହ ନିର୍ମାଣ କରେ।

19ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ;ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ।

20ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ;ରାତ୍ରିରେ ତୋଫାନ ତାହାକୁ ଅପହରଣ କରିନିଏ।

21ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏଓ ସେ ତାହାକୁ ସ୍ୱ ସ୍ଥାନରୁ ଝାଡ଼ି ନିଏ।

22କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ;ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।

23ଲୋକମାନେ ତାହା ପ୍ରତି ହାତତାଳି ମାରିବେଓ ଶୀଷ୍‍ ମାରି ତାହାକୁ ସ୍ୱ ସ୍ଥାନରୁ ଦୂର କରିବେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]