Skip to content
The Believer's Library

Indian Revised Version(IRV) Odia - 2021

Job 37 IRVOry

Side by side with the Father's Heart Bible™

ଇଲୀହୂଙ୍କ ଈଶ୍ୱରଙ୍କ ମହିମାର ଘୋଷଣା

1ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛିଓ ସ୍ୱ ସ୍ଥାନରୁ ଅନ୍ତରିତ ହେଉଅଛି।

2ତୁମ୍ଭେମାନେ ପରମେଶ୍ୱରଙ୍କ ରବର ଶବ୍ଦଓ ତାହାଙ୍କ ମୁଖନିର୍ଗତ ସ୍ୱର ଶୁଣ।

3ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁଓ ଆପଣା ବିଜୁଳିକୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପ୍ରେରଣ କରନ୍ତି।

4ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ,ସେ ଆପଣା ମହତ୍ତ୍ୱର ରବରେ ବଜ୍ରନାଦ କରନ୍ତିଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ।

5ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି;ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି।

6କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼;ସେ ସାମାନ୍ୟ ବୃଷ୍ଟିକୁଓ ଆପଣାର ପ୍ରବଳ ବୃଷ୍ଟିକୁ ସେହିପରି କହନ୍ତି।

7ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ,ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି।

8ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯାʼନ୍ତିଓ ଆପଣା ଆପଣା ଗହ୍ୱରରେ ରହନ୍ତି।

9ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେଓ ଉତ୍ତରରୁ ଶୀତ ଆସେ।

10ପରମେଶ୍ୱରଙ୍କ ନିଶ୍ୱାସରେ ହିମାନୀ ଜନ୍ମେଓ ଜଳରାଶିର ବିସ୍ତୃତି ସଂକୀର୍ଣ୍ଣ ହୁଏ।

11ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି;ସେ ଆପଣା ବିଜୁଳିର ମେଘ ବିସ୍ତାର କରନ୍ତି।

12ଆଉ, ସେ ଯାହା କିଛି ଆଜ୍ଞା କରନ୍ତି,ତାହା ବାସଯୋଗ୍ୟ ଭୂମଣ୍ଡଳରେ ସାଧନ କରିବା ପାଇଁତାହାଙ୍କ ଚାଳନ ଦ୍ୱାରା ତାହା ଘୂରେ।

13ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ,ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି।

14ହେ ଆୟୁବ, ଏଥିରେ କର୍ଣ୍ଣପାତ କର;ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର।

15ପରମେଶ୍ୱର କିପରି ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତିଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?

16ତୁମ୍ଭେ କି ମେଘମାଳର ସମତୌଲ,ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ?

17ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?

18ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?

19ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ;କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ।

20ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ?ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?

21ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ;ମାତ୍ର ବାୟୁ ବହି ତାହା ପରିଷ୍କାର କରେ।

22ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ;ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ।

23ସର୍ବଶକ୍ତିମାନ ପରମେଶ୍ୱର! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ;ସେ ପରାକ୍ରମରେ ଶ୍ରେଷ୍ଠ;ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।

24ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି;ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ।”

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]