Skip to content
The Believer's Library

Indian Revised Version(IRV) Odia - 2021

Joel 1 IRVOry

Show IRVOry only
Verse × ×
1 The word of our Father that came to Joel son of Pethuel. ପଥୂୟେଲଙ୍କ ପୁତ୍ର ଯୋୟେଲଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2 Hear this, you elders; listen, all who live in this land. Has anything like this happened in your days, or in the days of your ancestors? ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି?
3 Tell your children about it, and let your children tell their children, and their children the next generation. ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।
4 What the cutting locust spared, the swarming locust ate; what the swarming locust spared, the hopping locust ate; and what the hopping locust spared, the destroying locust ate. ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।
5 Wake up, you drunkards, and weep; wail, all you wine drinkers, over the sweet wine, for it has been cut off from your lips. ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।
6 "For a nation has invaded my land, mighty and beyond number; its teeth are the teeth of a lion, and it has the fangs of a lioness. ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ ସିଂହର କଳଦନ୍ତ ତୁଲ୍ୟ।
7 It has devastated my vines and splintered my fig tree; it has stripped off their bark and cast it aside, leaving their branches bare and white." ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।
8 Wail like a virgin dressed in mourning clothes for the husband of her youth. ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।
9 The grain offering and the drink offering are cut off from the house of our Father; the priests, the ministers of our Father, mourn. ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।
10 The field is devastated, the ground mourns; for the grain is destroyed, the new wine dries up, the oil fails. କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।
11 Be ashamed, you farmers; wail, you grape growers, over the wheat and the barley, for the harvest of the field has perished. ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି।
12 The vine is dried up, and the fig tree withers; the pomegranate, the palm, and the apple—all the trees of the field are dried up. Surely joy has withered away from all people. ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରିବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।
13 Put on mourning clothes and lament, you priests; wail, you ministers of the altar. Come, spend the night in mourning clothes, you ministers of my Father; for the grain offering and the drink offering are withheld from the house of your Father. ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।
14 Declare a fast; call a sacred assembly. Gather the elders and all who live in the land to the house of our Father, and cry out to our Father. ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶ ନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।
15 Alas for the day! For the day of our Father is near, and it will come like destruction from the Almighty. ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।
16 Is not the food cut off right before our eyes—joy and gladness gone from the house of our Father? ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ?
17 The seeds shrivel in the parched ground; the storehouses are desolate, the granaries are torn down, for the grain has dried up. ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି।
18 How the animals groan! The herds of cattle wander in confusion because they have no pasture; even the flocks of sheep suffer. ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।
19 To you, our Father, I call, for fire has devoured the pastures of the wilderness, and flame has burned all the trees of the field. ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି।
20 Even the wild animals cry out to you, for the streams have dried up, and fire has devoured the pastures of the wilderness. ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]