Skip to content
The Believer's Library

Indian Revised Version(IRV) Odia - 2021

Joel 3 IRVOry

Side by side with the Father's Heart Bible™

ପରମେଶ୍ୱରଙ୍କ ଦ୍ୱାରା ଗୋଷ୍ଠୀଗଣର ବିଚାର

1କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ,ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,

2ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରିସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା;ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କରଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା,କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିଆମ୍ଭର ଦେଶ ବିଭାଗ କରିଅଛନ୍ତି।

3ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତିଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତିଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।

4ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ,ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ?ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ?ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ,ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।

5କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ,ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;

6ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।

7ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ,ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବାଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;

8ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା,ତହିଁରେ ସେମାନେ ସେମାନଙ୍କୁଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ;କାରଣ ସଦାପ୍ରଭୁ ଏହା କହିଅଛନ୍ତି।”

9ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର;ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ;ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।

10ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼:ଦୁର୍ବଳ ଲୋକ କହୁ, ମୁଁ ବଳବାନ।

11ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ,ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର;ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।

12ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ;କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀରବିଚାର କରିବା ପାଇଁ ବସିବା।

13ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି;ତୁମ୍ଭେମାନେ ଆସି ଦଳନ କର;କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି;କାରଣ ସେମାନଙ୍କର ଦୁଷ୍ଟତା ବଡ଼।

14ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ!କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।

15ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତିଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।

ଯିହୁଦାର ଗୌରବମୟ ଭବିଷ୍ୟତ

16ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ;ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ;ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।

17ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ;ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।

18ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ,ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ;ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ,ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।

19ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ,କାରଣ ସେମାନେ ଆପଣାମାନଙ୍କ ଦେଶରେନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।

20ମାତ୍ର ଯିହୁଦା ଚିରକାଳଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।

21ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ,ତାହା ନିର୍ଦ୍ଦୋଷ କରିବା।କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]