Skip to content
The Believer's Library

Indian Revised Version(IRV) Odia - 2021

John 1 IRVOry

Show IRVOry only
Verse × ×
1 In the beginning was the Word, and the Word was with our Father, and the Word was God. ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ।
2 He was in the beginning with our Father. ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ।
3 All things were made through him, and without him not one thing was made that was made. ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ।
4 In him was life, and the life was the light of all people. ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।
5 The light shines in the darkness, and the darkness has not overcome it. ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ।
6 There came a man sent from our Father, whose name was John. ଈଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ।
7 He came as a witness, to bear witness about the light, so that all might believe through John's witness. ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
8 He was not the light, but came to bear witness about the light. ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
9 The true light, which gives light to everyone, was coming into the world. ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।
10 He was in the world. The world came into being through him, yet did not know him. ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ।
11 He came to his own, and his own people did not receive him. ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
12 But to all who received him, believing in his name, he gave the right to become children of our Father, ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
13 children born not of blood nor of the will of flesh nor of the will of man, but of our Father. ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।
14 The Word became flesh and lived among us. We saw his glory, the glory of the one and only Son from the Father, full of grace and truth. ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
15 John testified about him, crying out, "This is the one I meant: he who comes after me outranks me, since he existed before me." ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
16 For from his fullness we have all received, grace upon grace. ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।
17 For the law was given through Moses; grace and truth came through Jesus Christ. କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
18 No one has ever seen our Father; the one and only God, close beside the Father, has made him known. କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
19 This is John's testimony, when the Jews sent priests and Levites from Jerusalem to ask him, "Who are you?" ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,
20 He confessed, and did not deny, but confessed, "I am not the Christ." ସେ ସ୍ୱୀକାର କଲେ, ଅସ୍ୱୀକାର କଲେ ନାହିଁ; ସେ ସ୍ୱୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ।
21 So they asked him, "What then? Are you Elijah?" "I am not," he said. "Are you the Prophet?" "No," he answered. ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।
22 So they asked, "Who are you? We need to give an answer to those who sent us. What do you say about yourself?" ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?
23 He said, "I'm the voice of one crying out in the wilderness, 'Make straight the way of the Lord,' as the prophet Isaiah said." ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”
24 Now they had been sent from the Pharisees. ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ।
25 They asked him, "Why baptize, then, if you're not the Christ, nor Elijah, nor the Prophet?" ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
26 John answered them, "I baptize with water, but among you stands one you do not know, ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;
27 even he who comes after me, whose sandal strap I am not worthy to untie." ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
28 These things took place in Bethany across the Jordan, where John was baptizing. ଯର୍ଦ୍ଦନ ନଦୀର ପରପାରସ୍ଥ ଯେଉଁ ବେଥନୀୟାରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା।
29 The next day, seeing Jesus coming toward him, he said, "Look! The Lamb of our Father—Jesus—who takes away the sin of the world! ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
30 This is the one I meant: 'After me comes a man who ranks before me, because he was before me.' ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
31 I didn't know him, but I came baptizing with water so he would be revealed to Israel." ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି।
32 John testified: "I saw the Holy Spirit descend from heaven like a dove and remain on him. ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ପବିତ୍ର ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।
33 I didn't know him, but the one who sent me to baptize with water told me, 'The one you see the Holy Spirit come down and stay on—he is the one who baptizes with the Holy Spirit.' ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।
34 And I have seen and have borne witness that this is the Son of our Father." ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।
35 The next day John was standing again with two of his disciples, ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;
36 and looking at Jesus as he walked by, he said, "Look! The Lamb of our Father!" ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ।
37 The two disciples heard him say this, and they followed Jesus. ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ।
38 Jesus turned, saw them following, and asked, "What do you seek?" They said, "Rabbi" (meaning Teacher), "where do you stay?" ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, “ତୁମ୍ଭେମାନେ କଅଣ ଖୋଜୁଅଛ?” ସେମାନେ ତାହାଙ୍କୁ ପଚାରିଲେ, ରାବ୍‌ବୀ (ଅର୍ଥାତ୍‍ ଗୁରୁ), ଆପଣ କେଉଁଠାରେ ରୁହନ୍ତି?
39 He told them, "Come and you will see." So they went and saw where he was staying, and remained with him that day—about four in the afternoon. ସେ ସେମାନଙ୍କୁ କହିଲେ, “ଆସ, ଦେଖିବ।” ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; କାରଣ ସେତେବେଳେ ପ୍ରାୟ ସନ୍ଧ୍ୟା ଚାରି ଘଣ୍ଟା ହୋଇଥିଲା।
40 One of the two who heard John speak and followed Jesus was Andrew, Simon Peter's brother. ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ।
41 He first found his own brother Simon and told him, "We've found the Messiah" (meaning Christ). ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ।
42 He brought him to Jesus. Jesus looked at him and said, "You are Simon the son of John. You will be called Cephas" (meaning Peter). ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍‍ ପିତର) ନାମରେ ଖ୍ୟାତ ହେବ।”
43 The next day, Jesus decided to leave for Galilee. He found Philip and said, "Follow me." ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”
44 Now Philip was from Bethsaida, the city of Andrew and Peter. ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା।
45 Philip found Nathanael and told him, "We've found the one Moses wrote of in the Law and the prophets—Jesus, son of Joseph, from Nazareth." ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
46 Nathanael said, "Can anything good come from Nazareth?" Philip said, "Come and see." ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।”
47 Jesus saw Nathanael approaching and said of him, "Look—a true Israelite, with no deceit in him!" ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”
48 Nathanael asked him, "How do you know me?" Jesus answered, "Before Philip called you, while you were under the fig tree, I saw you." ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”
49 Nathanael answered him, "Rabbi, you are the Son of our Father! You are the King of Israel!" ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
50 Jesus answered him, "You believe because I told you I saw you under the fig tree? You'll see greater things than these." ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍-ମହତ‍୍ ବିଷୟ ଦେଖିବ।”
51 He told him, "Truly, truly, I say to you, you will see heaven opened, and our Father's angels ascending and descending on the Son of Man." ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]