Skip to content
The Believer's Library

Indian Revised Version(IRV) Odia - 2021

John 11 IRVOry

Show IRVOry only
Verse × ×
1 A man named Lazarus was sick, from Bethany, the village of Mary and her sister Martha. ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାହାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ।
2 Mary—whose brother Lazarus was sick—anointed the Lord with fragrant oil and dried his feet with her hair. ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ।
3 So the sisters sent word to him, saying, "Lord, the one you love is sick." ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।
4 Hearing this, Jesus said, "This sickness won't end in death, but is for the glory of our Father, so the Son of our Father may be glorified through it." କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”
5 Now Jesus loved Martha and her sister and Lazarus. ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।
6 So when he heard Lazarus was sick, he stayed two more days where he was. ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ।
7 Then after this he said to the disciples, "Let us go back to Judea." ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, “ଚାଲ, ଆମ୍ଭେମାନେ ପୁନର୍ବାର ଯିହୂଦିୟା ପ୍ରଦେଶକୁ ଯିବା।”
8 The disciples said to him, "Rabbi, the Jews just now tried to stone you, and you're going back there?" ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀ ଲୋକମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?
9 Jesus answered, "Aren't there twelve hours in the day? Anyone who walks by day won't stumble - he sees the light of this world. ଯୀଶୁ ଉତ୍ତର ଦେଲେ, “ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
10 But if anyone walks at night, he stumbles, because the light is not in him." କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ।”
11 After this, he told them, "Our friend Lazarus has fallen asleep, but I'm going to wake him." ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, “ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାହାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।”
12 So the disciples said to him, "Lord, if he has fallen asleep, he will get better." ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ।
13 Now Jesus had been speaking about his death, but they thought he meant natural sleep. ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ।
14 So then Jesus told them plainly, "Lazarus has died, ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟ ରୂପେ କହିଲେ, “ଲାଜାର ମରିଯାଇଅଛନ୍ତି;
15 I'm glad for your sake I wasn't there, so you'll believe. But let's go to him." ଆଉ, ମୁଁ ଯେ ସେ ସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ୱାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାହାଙ୍କ ନିକଟକୁ ଯିବା।”
16 So Thomas, called the Twin, told the other disciples, "Let's go too, and die with him." ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା।
17 So when Jesus arrived, he found that Lazarus had already been in the tomb four days. ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି।
18 Bethany was near Jerusalem, about two miles away, ବେଥନୀୟା ଯିରୂଶାଲମ ସହରରୁ ପ୍ରାୟ ଏକ କ୍ରୋଶ ଦୂରରେ ଥିଲା,
19 and many of the Jews had come to Martha and Mary to console them about their brother. ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।
20 When Martha heard Jesus was coming, she went to meet him; Mary stayed sitting in the house. ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରୀୟମ ଗୃହରେ ବସି ରହିଲେ।
21 Martha said to Jesus, "Lord, if you had been here, my brother would not have died. ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥାଆନ୍ତା।
22 But even now I know that whatever you ask of our Father, he will give you." କିନ୍ତୁ ଆପଣ ଈଶ୍ବରଙ୍କୁ ଯାହା କିଛି ମାଗିବେ, ଈଶ୍ବର ଯେ ତାହା ଆପଣଙ୍କୁ ଦେବେ, ଏହା ଏବେ ସୁଦ୍ଧା ମୁଁ ଜାଣେ।
23 Jesus said to her, "Your brother will rise again." ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭ ଭାଇ ପୁଣି, ଉଠିବ।”
24 Martha said to him, "I know he'll rise again in the resurrection on the last day." ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ।
25 Jesus told her, "I am the resurrection and the life. Whoever believes in me will live, even though he dies, ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
26 and everyone who lives and believes in me will never die. Do you believe this?" ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?”
27 She said to him, "Yes, Lord; I believe you are the Christ, the Son of our Father, the one coming into the world." ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ବରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ୱାସ।
28 After saying this, she went and called her sister Mary privately: "The Teacher is here—he's calling for you." ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି।
29 When Mary heard this, she rose quickly and went to him. ସେ ଏହା ଶୁଣି ଶୀଘ୍ର ଉଠି ତାହାଙ୍କ ନିକଟକୁ ଗଲେ।
30 Jesus had not yet entered the village; he was still where Martha met him. ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ।
31 The Jews with her in the house, comforting her, saw Mary rise quickly and leave; they followed, thinking she was going to the tomb to weep there. ଅତଏବ, ଯେଉଁ ଯିହୁଦୀମାନେ ତାହାଙ୍କ ସହିତ ଗୃହରେ ଥାଇ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାହାଙ୍କ ପଛେ ପଛେ ଗଲେ।
32 Mary came to Jesus, saw him, fell at his feet, and said, "Lord, if you had been here, my brother would not have died." ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାଆନ୍ତା।
33 When Jesus saw her weeping, and the Jews who came with her also weeping, he groaned in spirit and was troubled. ଅତଏବ, ଯୀଶୁ ତାହାଙ୍କୁ ଓ ତାହାଙ୍କ ସହିତ ଆସିଥିବା ଯିହୁଦୀ ଲୋକମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଉତ୍ତେଜିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଙ୍କଳ୍ପରେ ପଚାରିଲେ,
34 And he said, "Where have you laid him?" They said to him, "Lord, come and see." “ତାଙ୍କୁ କେଉଁଠାରେ ରଖିଅଛ?” ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ଆସି ଦେଖନ୍ତୁ।
35 Jesus wept. ଯୀଶୁ କାନ୍ଦିଲେ।
36 So the Jews said, "See how he loved him!" ସେଥିରେ ଯିହୁଦୀ ଲୋକମାନେ କହିଲେ, ଦେଖ, ସେ ତାହାଙ୍କୁ କିପରି ସ୍ନେହ କରୁଥିଲେ।
37 But some of them said, "Could this man who opened the blind man's eyes not have kept him from dying?" କିନ୍ତୁ ସେମାନଙ୍କ ମଧ୍ୟରେ କେହି କେହି କହିଲେ, ଏହି ଯେଉଁ ବ୍ୟକ୍ତି ସେହି ଅନ୍ଧବ୍ୟକ୍ତିର ଆଖି ଫିଟାଇଥିଲେ, ସେ କଅଣ ଏହାର ମୃତ୍ୟୁ ମଧ୍ୟ ନିବାରଣ କରିପାରି ନ ଥାଆନ୍ତେ?
38 So Jesus, again deeply moved in himself, came to the tomb—a cave with a stone against it. ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତାʼ ମୁହଁରେ ଗୋଟାଏ ପଥର ଥିଲା।
39 Jesus said, "Take away the stone." Martha, the dead man's sister, said to him, "Lord, he must smell by now—he's been dead four days." ଯୀଶୁ କହିଲେ, “ଏହି ପଥର ଘୁଞ୍ଚାଇଦିଅ।” ମୃତ ବ୍ୟକ୍ତିଙ୍କ ଭଉଣୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୁ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି।
40 Jesus said to her, "Didn't I tell you: if you believe you'll see our Father's glory?" ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ବରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ?” ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।
41 So they removed the stone. Jesus looked up and said, "Father, I thank you that you heard me. ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି।
42 I knew you always hear me, but I said this for the crowd standing here, so they may believe you sent me." ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି।”
43 When he had said this, he cried out with a loud voice, "Lazarus, come out!" ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।”
44 The dead man came out, feet and hands bound with strips of linen, and his face wrapped in cloth. Jesus said to them, "Untie him; let him go." ମୃତ ଲୋକଟି ବାହାରି ଆସିଲେ; ତାହାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାହାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା। ଯୀଶୁ ସେମାନଙ୍କୁ କହିଲେ, “ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ।”
45 So many of the Jews who came to Mary and saw what Jesus did believed in him. ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍‍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;
46 But some of them went to the Pharisees and told them what Jesus had done. ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ।
47 So the chief priests and Pharisees convened the council and said, "What are we doing? For this man performs many signs. ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।
48 If we leave him alone, everyone will believe in him, and the Romans will come and take away both our place and our nation." ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟ ଅଧିକାରୀମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ।
49 But one of them, Caiaphas, high priest that year, told them, "You know nothing at all. କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;
50 Don't you see it's better for you that one man die for the people than the whole nation perish?" ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ।
51 He didn't say this on his own; as high priest that year, he prophesied Jesus would die for the nation, ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,
52 not only for the nation, but also to gather into one the scattered children of our Father. ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।
53 So from that day on they plotted to put him to death. ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ।
54 So Jesus no longer moved about openly among the Jews, but withdrew to a town called Ephraim near the wilderness, and stayed there with his disciples. ଅତଏବ, ଯୀଶୁ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେ ସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଇଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ।
55 The Jews' Passover was near, and many went up from the country to Jerusalem before it to purify themselves. ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମ ସହରକୁ ଯାତ୍ରା କଲେ।
56 So they looked for Jesus, asking each other as they stood in the temple, "What do you think? Surely he won't come to the feast?" ସେଥିରେ ସେମାନେ ଯୀଶୁଙ୍କର ଅନ୍ୱେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ?
57 The chief priests and Pharisees had ordered that anyone who knew his whereabouts must report it, so they could arrest him. ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]