Skip to content
The Believer's Library

Indian Revised Version(IRV) Odia - 2021

John 16 IRVOry

Show IRVOry only
Verse × ×
1 "I have told you all this so that you will not fall away. “ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି।
2 They will expel you from synagogues; but the hour is coming when whoever kills you will think he offers a service to God. ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
3 They will do this because they have not known the Father or me. ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାନ୍ତି।
4 But I've told you this so that when their hour comes, you'll remember I told you. I didn't tell you this from the start, because I was with you. ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।”
5 "But now I'm going to him who sent me, and none of you asks me, 'Where are you going?' “କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ।
6 Instead, because I have said these things to you, sorrow has filled your heart. ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି।
7 I tell you the truth: my going is for your good. If I don't go, the Helper, the Holy Spirit, won't come to you. But if I go, I will send him to you. କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।
8 And when he comes, he will convict the world concerning sin and righteousness and judgment: ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
9 concerning sin, because they do not believe in me; ପାପ ବିଷୟରେ, କାରଣ ସେମାନେ ମୋʼ ଠାରେ ବିଶ୍ୱାସ କରନ୍ତି ନାହିଁ;
10 concerning righteousness, because I am going to my Father and you will see me no longer; ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ;
11 concerning judgment, because the ruler of this world has been judged. ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।
12 "I still have many things to say to you, but you cannot bear them now. ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ।
13 But when he, the Spirit of truth, comes, he will guide you into all truth. He won't speak on his own, but will speak whatever he hears, and will tell you what is coming. କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।
14 He will glorify me, for he will take what is mine and tell it to you. ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।
15 All my Father has is mine; that's why I said he takes from what is mine and will tell you. ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।”
16 "Soon you'll no longer see me; then soon again you'll see me." “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ।”
17 So some of his disciples asked each other, "What does he mean: 'In a little while you will not see me, and then in a little while you will see me,' and, 'Because I am going to the Father'?" ସେଥିରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେହି କେହି ପରସ୍ପର କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ଓ ମୁଁ ପିତାଙ୍କ ନିକଟକୁ ଯାଉଅଛି,” ଏହି ଯେଉଁ କଥା ସେ ଆମ୍ଭମାନଙ୍କୁ କହୁଅଛନ୍ତି, ଏହା କଅଣ?
18 So they kept saying, "What does he mean, 'a little while'? We don't know what he's talking about." ଏଣୁ ସେମାନେ କହିଲେ, “ଅଳ୍ପ ସମୟ” ବୋଲି ଏ କଅଣ କହୁଅଛନ୍ତି? ସେ କଅଣ କହୁଅଛନ୍ତି, ଆମ୍ଭେମାନେ ବୁଝି ପାରୁ ନାହୁଁ।
19 Jesus knew they wanted to ask him, so he said to them, "Are you asking each other what I meant by saying, 'In a little while you will not see me, and then a little while you will see me'? ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ‘ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କଅଣ ପରସ୍ପର ବାଦାନୁବାଦ କରୁଅଛ?’
20 "Truly, truly, I tell you: you will weep and mourn, but the world rejoices. You'll grieve, but your grief will become joy. ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
21 A woman in labor has pain because her hour has come; but once she gives birth, she forgets the anguish, because she is joyful that a person has been born into the world. ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।
22 So you also have sorrow now, but I will see you again, and your heart will rejoice, and no one will take your joy from you. ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
23 In that day you will ask me nothing. Truly, truly, I tell you: whatever you ask my Father in my name, he will give you. ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
24 Until now you've asked nothing in my name. Ask, and you will receive, so your joy may be complete. ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।”
25 I've told you these things in figures. The hour is coming when I'll no longer speak in figures, but tell you plainly about my Father. “ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି।
26 That day you'll ask in my name, and I'm not telling you I'll ask my Father on your behalf; ସେ ଦିନ ତୁମ୍ଭେମାନେ ମୋʼ ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ;
27 for the Father himself loves you, because you've loved me and believed I came from our Father. କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।
28 I came from my Father and entered the world; again, I leave the world, going to my Father." ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।”
29 His disciples said, "Now you are speaking plainly and not using any figure of speech! ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟ ରୂପେ କହୁଅଛନ୍ତି ଓ ଉପମା-କଥା ଆଉ କହୁ ନାହାନ୍ତି।
30 Now we know you know everything and need no one to ask you questions; so we believe you came from our Father." ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।
31 Jesus replied, "Do you now believe? ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ଏବେ ବିଶ୍ୱାସ କରୁଅଛ?
32 "See, the hour is coming—has come—when you'll be scattered, each to his own home, leaving me alone. Yet I'm not alone; my Father is with me. ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।
33 I've told you this so you may have peace in me. In the world you'll face trouble, but take heart—I've overcome the world." ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]