Skip to content
The Believer's Library

Indian Revised Version(IRV) Odia - 2021

John 2 IRVOry

Show IRVOry only
Verse × ×
1 On the third day, a wedding took place in Cana of Galilee; Jesus's mother was there. ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ;
2 Jesus and his disciples were also invited to the wedding. ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।
3 When the wine ran out, the mother of Jesus said to him, "They have no wine." ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।
4 "Woman, why are you bringing me into this?" Jesus replied. "My hour has not yet come." ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।”
5 His mother said to the servants, "Do whatever he tells you." ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର।
6 Six stone water jars stood there, used for Jewish purification, each holding twenty to thirty gallons. ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।
7 Jesus said to them, "Fill the jars with water," so they filled them to the brim. ଯୀଶୁ ସେମାନଙ୍କୁ କହିଲେ, “ଜାହାଲାଗୁଡ଼ିକରେ ପାଣି ଭର୍ତ୍ତି କର।” ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ।
8 He told them, "Draw some out now, and take it to the head steward." So they did. ଆଉ, ସେ ସେମାନଙ୍କୁ କହିଲେ, “ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।” ସେଥିରେ ସେମାନେ ଘେନିଗଲେ।
9 The master of the banquet tasted the water now wine, not knowing its source—though the servants who drew it knew. So he called the bridegroom aside, ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,
10 and said, "Everyone serves the good wine first, then the lesser once guests are drunk. But you've kept the good wine till now." ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।
11 Jesus performed this first sign at Cana in Galilee. He revealed his glory, and his disciples believed in him. ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।
12 After this he went down to Capernaum with his mother, brothers, and disciples, and stayed there a few days. ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ।
13 When the Jewish Passover was near, Jesus went up to Jerusalem. ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ।
14 In the temple courts he found sellers of cattle, sheep, and doves, and others sitting at tables exchanging money. ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
15 He made a whip of cords and drove them all out of the temple courts, sheep and cattle alike, poured out the money-changers' coins, and overturned their tables. ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;
16 To the dove sellers he said, "Take these out of here! Don't make my Father's house a marketplace." ଆଉ, ସେ କାପ୍ତା-ବ୍ୟବସାୟୀମାନଙ୍କୁ କହିଲେ, “ଏଗୁଡ଼ିକ ଏଠାରୁ ଘେନିଯାଅ, ମୋହର ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।”
17 His disciples remembered that it is written: "Zeal for your house will consume me." ତୁମ୍ଭ ଗୃହ ନିମନ୍ତେ ଉଦ୍‌ଯୋଗ ମୋତେ ଗ୍ରାସ କରିବ, ଏହା ଲେଖାଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା।
18 So the Jews asked, "What sign will you show us for doing these things?" ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?
19 Jesus answered them, "Destroy this temple, and in three days I will raise it up." ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।”
20 They replied, "This temple took forty-six years to build, and will you raise it in three days?" ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ?
21 But the temple he had spoken of was his body. କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ।
22 After he rose from the dead, his disciples remembered he had said this, and believed the Scripture and the word Jesus had spoken. ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।
23 While he was in Jerusalem at the Passover, many saw the signs he did and trusted in his name. ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମ ସହରରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,
24 But Jesus would not entrust himself to them, for he knew all people. କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣିଥିଲେ,
25 He didn't need anyone's testimony about people—he knew what was in each one. ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣିଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]