Skip to content
The Believer's Library

Indian Revised Version(IRV) Odia - 2021

John 3 IRVOry

Show IRVOry only
Verse × ×
1 Now there was a man of the Pharisees named Nicodemus, a ruler of the Jews. ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୁଦୀମାନଙ୍କର ଜଣେ ନେତା।
2 This man came to Jesus at night and said, "Rabbi, we know you are a teacher who has come from our Father, for no one can do these signs you do unless our Father is with him." ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ବରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ବର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ।
3 Jesus answered, "Truly, truly, I tell you: unless someone is born from above, he can't see the kingdom of our Father." ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।”
4 Nicodemus asked, "How can a man be born when he's old? Can he enter his mother's womb again and be born?" ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇପାରେ? ସେ କଅଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇପାରେ?
5 Jesus answered, "Truly, truly, I tell you, unless one is born of water and the Holy Spirit, he can't enter our Father's kingdom. ଯୀଶୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।
6 Born of the flesh is flesh, and born of the Holy Spirit is spirit. ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।
7 Don't be amazed that I said to you, 'You must be born from above.' ‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ।
8 Wind blows where it wants; you hear its sound but don't know where it comes from or where it goes. So it is with everyone born of the Spirit." ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।”
9 Nicodemus said to him, "How can these things be?" ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇପାରେ?
10 Jesus answered him, "Are you the teacher of Israel and yet you do not understand these things? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?
11 Truly, truly, I tell you: we speak what we know, we testify to what we've seen, yet you don't accept our testimony. ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।
12 If I told you earthly things and you don't believe, how will you believe if I tell you heavenly things? ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ?
13 No one has ascended into heaven except the one who descended from heaven, the Son of Man. ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।
14 As Moses lifted up the serpent in the wilderness, so the Son of Man must be lifted up, ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,
15 that whoever believes in him may have eternal life. ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।”
16 For our Father so loved the world that he gave his one and only Son, that whoever believes in him will not perish but have eternal life. କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
17 For our Father did not send his Son into the world to condemn the world, but so the world could be saved through him. ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।
18 Whoever believes in him isn't condemned; whoever doesn't believe is condemned already, for not believing in the name of the one and only Son of our Father. ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।
19 This is the judgment: light has entered the world, and people loved darkness more than light because their deeds were evil. ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
20 Everyone who does evil hates the light and won't come to the light, so that his deeds aren't exposed. କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ।
21 But whoever does the truth comes to the light, so it may be revealed that his works have been done in our Father." କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।
22 After this, Jesus and his disciples went into the Judean countryside, where he stayed with them, baptizing. ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୂଦିୟା ପ୍ରଦେଶକୁ ଗଲେ, ଆଉ ସେ ସେହି ସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ ଦେବାକୁ ଲାଗିଲେ।
23 John also baptized at Aenon near Salim, since water was plentiful there, and people came and were baptized, ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ।
24 for John had not yet been put in prison. ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ।
25 Now a discussion arose between some of John's disciples and a Jew over purification. ସେଥିମଧ୍ୟରେ ଶୁଚିକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା।
26 They came to John and said, "Rabbi, the man with you beyond the Jordan, the one you testified about—he's baptizing, and everyone goes to him." ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାହାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦ୍ଦନ ନଦୀର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି।
27 John replied, "A person cannot receive even one thing unless it is given him from heaven. ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।
28 You yourselves can testify: I said 'I'm not the Christ, but sent ahead of him.' ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।
29 The one with the bride is the bridegroom—Jesus. The bridegroom's friend, who stands and hears him, rejoices greatly at the bridegroom's voice. So my joy is now complete. ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାହାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।
30 He must increase, but I must decrease." ସେ ଅବଶ୍ୟ ବୃଦ୍ଧି ହେଉନ୍ତୁ, ପୁଣି ମୁଁ ହ୍ରାସ ହେବି।
31 The one who comes from above is above all. The one from earth belongs to earth and speaks in an earthly way. The one who comes from heaven is above all. ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ।
32 He bears witness to what he has seen and heard, yet no one receives his testimony. ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।
33 Whoever receives his testimony confirms that our Father is true. ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ବର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି।
34 The one our Father sent speaks our Father's words, for he gives the Holy Spirit without measure. କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।
35 Our Father loves the Son and has given all things into his hand. ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।
36 Whoever believes in the Son has eternal life; whoever disobeys the Son won't see life—our Father's wrath remains on him. ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]