Skip to content
The Believer's Library

Indian Revised Version(IRV) Odia - 2021

John 5 IRVOry

Show IRVOry only
Verse × ×
1 After this there was a feast of the Jews, and Jesus went up to Jerusalem. ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କଲେ।
2 By the Sheep Gate in Jerusalem is a pool with five covered porches, called Bethesda in Aramaic. ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍‍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ।
3 In these lay a multitude of the sick—blind, lame, and paralyzed. ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ। [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;
4 Not in this edition କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।]
5 One man was there who had been sick for thirty-eight years. ସେଠାରେ ଅଠତିରିଶି ବର୍ଷାବଧି ରୋଗଗ୍ରସ୍ତ ଜଣେ ଲୋକ ଥିଲା।
6 Seeing him lying there and knowing he had already been there a long time, Jesus asked, "Do you want to be healed?" ଯୀଶୁ ତାହାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାହାକୁ ପଚାରିଲେ, “ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?”
7 The sick man answered him, "Sir, I have no one to put me in the pool once the water stirs—while I'm on my way, someone else gets in first." ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋʼ ଆଗରୁ ପଶିଯାଏ।
8 Jesus said to him, "Get up, take up your mat, and walk." ଯୀଶୁ ତାହାଙ୍କୁ କହିଲେ, “ଉଠ, ତୁମ୍ଭର ଖଟିଆ ଘେନି ଚାଲ।”
9 At once the man became well, picked up his mat, and walked. That day was the Sabbath. ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା। ସେହି ଦିନ ବିଶ୍ରାମବାର ଥିଲା।
10 So the Jews told the healed man, "It's the Sabbath—you're not allowed to carry your mat." ଅତଏବ, କେତେକ ଯିହୁଦୀ ନେତାମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ।
11 He answered them, "The man who healed me told me, 'Take up your mat and walk.'" କିନ୍ତୁ, ସେ ସେମାନଙ୍କୁ ଉତ୍ତର ଦେଲା, ଯେ ମୋତେ ସୁସ୍ଥ କଲେ, ସେ ମୋତେ କହିଲେ, “ତୁମ୍ଭର ଖଟିଆ ଘେନି ଚାଲ।”
12 They asked him, "Who is the man who told you, 'Take it up and walk'?" ସେମାନେ ତାହାକୁ ପଚାରିଲେ, ତୁମ୍ଭର ଖଟିଆ ଘେନି ଚାଲ ବୋଲି ଯେ ତୁମ୍ଭକୁ କହିଲା, ସେ ଲୋକ କିଏ?
13 But the healed man didn't know who it was, since Jesus had slipped away into the crowd there. କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ।
14 Later Jesus found him in the temple and said, "You are healed now. Stop sinning, or something worse may happen to you." ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”
15 The man went away and told the Jews that it was Jesus who had made him well. ସେହି ଲୋକ ଚାଲିଯାଇ, ଯେ ତାହାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା।
16 And so the Jews began persecuting Jesus, because he was doing these things on the Sabbath. ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।
17 But Jesus answered them, "My Father is working until now, and I too am working." ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”
18 So the Jews sought even more to kill him: he not only broke the Sabbath but called our Father his own Father, making himself equal to him. ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ।
19 So Jesus said to them, "Truly, truly, I tell you: the Son can do nothing on his own, but only what he sees the Father doing. Whatever the Father does, the Son does the same. ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରିପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି।
20 "For the Father loves the Son and shows him everything he does; he will show him greater works than these, so you will be amazed. କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହିସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥିନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ‍ ମହତ‍ କର୍ମ ଦେଖାଇବେ।
21 For as the Father raises the dead and gives life, so the Son too gives life to anyone he wants. ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।
22 For the Father judges no one, but has entrusted all judgment to the Son, ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି।
23 so everyone honors the Son as they honor the Father; whoever doesn't honor the Son doesn't honor the Father who sent him. ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।
24 Truly, truly, I tell you: whoever hears my word and believes the one who sent me has eternal life and won't face judgment—they have passed from death to life. ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
25 Truly, truly, I tell you, an hour comes, and is now here, when the dead will hear the voice of the Son of our Father, and those hearing will live. ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।
26 For as the Father has life in himself, he gave the Son to also have life in himself. କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
27 And he has given him authority to execute judgment, because he is the Son of Man. ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।
28 Don't be astonished at this—an hour is coming when everyone in the tombs will hear his voice, ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,
29 and come out—those who did good, to the resurrection of life; those who did evil, to the resurrection of judgment. ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‌ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।”
30 By myself I can do nothing. I judge as I hear; my judgment is fair, because I seek not my own will but the will of the One who sent me. “ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
31 "If I testify about myself, my testimony is not valid. ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ।
32 There is another who testifies about me, and I know his testimony about me is true. ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ।
33 You sent messengers to John, and he has testified to the truth. ତୁମ୍ଭେମାନେ ଯୋହନଙ୍କ ନିକଟକୁ ଲୋକ ପଠାଇଅଛ ଓ ସେ ସତ୍ୟ ସପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି;
34 Not that I accept human testimony, but I say these things so that you may be saved. କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଂ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହିସବୁ କହୁଅଛି।
35 John was a burning, shining lamp, and you were willing to rejoice briefly in his light. ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।
36 But I have testimony greater than John's: the works my Father gave me to finish—the very works I'm doing—testify that my Father sent me. କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।
37 And my Father who sent me has himself testified about me. You've never heard his voice or seen his form, ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋʼ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି। ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ୱର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ,
38 and you don't have his word remaining in you, since you don't believe the one he sent. ପୁଣି, ତାହାଙ୍କ ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ପାଇ ନାହିଁ, କାରଣ ସେ ଯାହାଙ୍କୁ ପ୍ରେରଣ କଲେ, ତାହାଙ୍କୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ।
39 You search the Scriptures, thinking they hold eternal life—yet they themselves testify about me, ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।
40 yet you refuse to come to me so that you may have life. କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋʼ ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ।
41 I do not accept glory from people, ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,
42 but I know you—that you do not have the love of our Father within you. ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ବରଙ୍କ ପ୍ରେମ ନାହିଁ।
43 I have come in my Father's name, and you don't receive me; if another comes in his own name, you'll receive him. ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ।
44 How can you believe, when you accept glory from one another and don't seek the glory from the only God? ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।
45 Don't think I will accuse you before my Father. Moses, in whom you've hoped, accuses you. ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି।
46 For if you believed Moses, you would believe me, because he wrote about me. କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାଆନ୍ତ, ତେବେ ମୋତେ ବିଶ୍ୱାସ କରିଥାଆନ୍ତ, ଯେଣୁ ସେ ମୋʼ ବିଷୟରେ ଲେଖିଅଛନ୍ତି।
47 But if you do not believe his writings, how will you believe my words?" କିନ୍ତୁ ତୁମ୍ଭେମାନେ ଯଦି ତାହାଙ୍କ ଲିଖିତ ବାକ୍ୟ ବିଶ୍ୱାସ କରୁ ନାହଁ, ତେବେ କିପରି ମୋହର ବାକ୍ୟ ବିଶ୍ୱାସ କରିବ?”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]