Skip to content
The Believer's Library

Indian Revised Version(IRV) Odia - 2021

John 7 IRVOry

Show IRVOry only
Verse × ×
1 After this, Jesus traveled around Galilee, not wanting to go into Judea because Jewish leaders there were looking for a chance to kill him. ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦିୟା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ।
2 But the Jewish Festival of Booths was near. କିନ୍ତୁ ଯିହୁଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ,
3 His brothers told him, "Leave here and go to Judea, so your disciples can also see the works you do. ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦିୟା ପ୍ରଦେଶକୁ ଯାଅ,
4 No one seeking public attention hides what he does. If you're doing these things, show yourself to the world." କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର।
5 For not even his brothers believed in him. କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ।
6 So Jesus told them, "My time has not yet come, but for you any time is right. ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ।
7 "The world cannot hate you, but it hates me, because I testify that its works are evil. ଜଗତ ତୁମ୍ଭମାନଙ୍କୁ ଘୃଣା କରିପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।
8 You yourselves go up to the festival; I'm not going up to this festival, since my time hasn't yet fully come." ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
9 After saying this, he stayed in Galilee. ସେ ସେମାନଙ୍କୁ ଏହି ସମସ୍ତ କଥା କହି ଗାଲିଲୀରେ ରହିଲେ।
10 After his brothers went up to the festival, he too went up—not openly, but secretly. କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ-ପ୍ରକାର ଗୋପନରେ।
11 So the Jewish leaders were looking for him at the festival and asking, "Where is he?" ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ?
12 Much murmuring about him spread among the crowds: some said, "He's good," others, "No, he misleads the crowd." ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି।
13 Yet no one spoke about him openly, for fear of the Jewish leaders. ତଥାପି ଯିହୁଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ।
14 About the middle of the festival, Jesus went up into the temple and began to teach. କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ।
15 The Jewish leaders were amazed and asked, "How does this man know so much without training?" ଏଥିରେ ଯିହୁଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ଡିତ ହେଲା?
16 Jesus answered them, "My teaching isn't mine—it's from the one who sent me. ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର।
17 Whoever wants to do our Father's will knows if my teaching is from my Father or I speak on my own. କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।
18 Whoever speaks on his own seeks his own glory, but whoever seeks the sender's glory is true, with no falsehood in him. ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।
19 Didn't Moses give you the law? Yet none of you obeys the law. Why are you trying to kill me?" ମୋଶା କଅଣ ତୁମ୍ଭମାନଙ୍କୁ ବ୍ୟବସ୍ଥା ଦେଇ ନାହାନ୍ତି? ତଥାପି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋଶାଙ୍କ ବ୍ୟବସ୍ଥା ପାଳନ କରୁ ନାହଁ। ତୁମ୍ଭେମାନେ କାହିଁକି ମୋତେ ବଧ କରିବାକୁ ଚେଷ୍ଟା କରୁଅଛ?”
20 The crowd answered, "You have a demon! Who is trying to kill you?" ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି?
21 Jesus replied, "I did one work, and you are all amazed. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ।
22 "Moses gave you circumcision—not from Moses, but the patriarchs—and you circumcise a man on the Sabbath. ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃ-ପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାର ଦିନରେ ମନୁଷ୍ୟର ସୁନ୍ନତ କରୁଅଛ।
23 If a man is circumcised on the Sabbath so the law of Moses isn't broken, why are you angry at me for making a whole man well on the Sabbath? ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାର ଦିନରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାର ଦିନରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?
24 Stop judging by appearances, and judge with right judgment." ବାହ୍ୟ ବିଷୟ ଦେଖି ବିଚାର ନ କରି ଉଚିତ୍ ନ୍ୟାୟବିଚାର କର।”
25 Then some Jerusalemites said, "Isn't this the man they want to kill? ଏଥିରେ ଯିରୂଶାଲମ ସହରନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ?
26 Yet he speaks openly, and they say nothing to him. Can the rulers truly know this is the Christ? ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି। ଏ ଯେ ଖ୍ରୀଷ୍ଟ, ଏହା କଅଣ ନେତାମାନେ ସତେ ଜାଣି ସାରିଲେଣି?
27 But we know this man's origin. When the Christ comes, no one will know his origin." ଯାହା ହେଉ, ଆମ୍ଭେମାନେ ଜାଣୁ ଯେ ଏହି ବ୍ୟକ୍ତି କେଉଁଠାରୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ କେହି ଜାଣିବ ନାହିଁ ଯେ ସେ କେଉଁଠାରୁ ଅଟନ୍ତି।
28 Then Jesus, teaching in the temple, cried out: "You know me, and know where I'm from. Yet I didn't come on my own—the one who sent me is true, and you don't know him. ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ମୋତେ ଓ ମୋହର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ।
29 I know him, because I am from him, and he sent me." ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ।”
30 So they tried to grab him, but no one touched him, because his hour had not yet come. ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
31 But many in the crowd believed in him, asking, "When the Christ comes, will he do more signs than this man did?" କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ?
32 The Pharisees heard the crowd murmuring these things about him, so the chief priests and Pharisees sent temple guards to seize him. ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ।
33 So Jesus said, "I'm with you a little while longer, and then I go to the one who sent me. ସେଥିରେ ଯୀଶୁ କହିଲେ, “ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି।
34 You will search for me and not find me; you cannot come where I am." ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ।”
35 So the Jewish leaders asked each other, "Where does he intend to go that we won't find him? Does he intend to go to our people dispersed among the Greeks and teach the Greeks? ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍‍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଆମ୍ଭମାନଙ୍କ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍‍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି?
36 What does he mean: 'You will look for me, but you will not find me,' and 'Where I am, you cannot come'?" “ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ,” ସେ ଏହି ଯେଉଁ କଥା କହିଲେ, ସେ କଅଣ?
37 On the last, great day of the festival, Jesus stood and called out, "Whoever is thirsty, let him come to me and drink. ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।
38 Whoever believes in me, as Scripture said, rivers of living water will flow from his heart." ଯେ ମୋʼ ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।”
39 He said this about the Holy Spirit, whom believers in him were to receive; the Spirit had not yet been given, since Jesus had not yet been glorified. ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।
40 When they heard these words, some of the crowd said, "This really is the Prophet." ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ।
41 Others said, "This is the Christ." But others asked, "How can the Christ come from Galilee? ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ?
42 Doesn't Scripture say the Christ comes from David's line and from Bethlehem, David's village?" ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?
43 So the crowd was divided over him. ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;
44 Some of them wanted to seize him, but no one laid a hand on him. ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ।
45 So the temple guards returned to the chief priests and Pharisees, who asked, "Why didn't you bring him?" ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?
46 The guards answered, "No one ever spoke the way this man does." ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।
47 "Have you also been deceived?" the Pharisees answered. ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କଅଣ ଭ୍ରାନ୍ତ ହୋଇଅଛ?
48 "Has any of the rulers or of the Pharisees believed in him? ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?
49 But this crowd, who knows nothing of the law—they are under a curse." କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।
50 Nicodemus, who had gone to Jesus earlier and was one of their own number, asked them, ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ,
51 "Does our law condemn a man without first hearing him and finding out what he does?" ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କଅଣ ତାହାକୁ ଦୋଷୀ କରେ?
52 They replied, "Are you from Galilee too? Search, and see: no prophet arises from Galilee." ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ।
53 Then they all went home. [ଆଉ ସେମାନେ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ଚାଲିଗଲେ,
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]