Skip to content
The Believer's Library

Indian Revised Version(IRV) Odia - 2021

John 9 IRVOry

Show IRVOry only
Verse × ×
1 As Jesus passed by, he saw a man who had been blind from birth. ଯୀଶୁ ଯାଉଥିବା ସମୟରେ ଜଣେ ଜନ୍ମାନ୍ଧକୁ ଦେଖିଲେ।
2 His disciples asked him, "Rabbi, who sinned, this man or his parents, that he was born blind?" ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ପିତାମାତା?
3 "Neither this man nor his parents sinned,' Jesus answered, 'but this happened so the works of our Father might be revealed in him. ଯୀଶୁ ଉତ୍ତର ଦେଲେ, “ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ବରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି।
4 We must do the works of the one who sent me while it is day; night comes, when no one can work. ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି।
5 As long as I am in the world, I am the light of the world.'" ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।”
6 Saying this, he spat on the ground, made mud from the saliva, and smeared it on the man's eyes. ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ,
7 He told him, "Go, wash in the pool of Siloam" (meaning Sent). So the man went, washed, and returned able to see. ଯାଅ, ଶୀଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) “ପୋଖରୀରେ ଧୋଇ ହୁଅ।” ସେଥିରେ ସେ ବାହାରିଯାଇ ଧୋଇ ହେଲା ଓ ଦୃଷ୍ଟି ପାଇ ଚାଲିଗଲା।
8 Neighbors and those who'd seen him begging before said, "Isn't this the one who used to sit and beg?" ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କଅଣ ସେହି ନୁହେଁ?
9 Some said, "That's him." Others said, "No, he just looks like him." He kept saying, "I'm the one." କେହି କେହି କହିଲେ, ଏ ସେ; ଆଉ କେହି କେହି କହିଲେ, ନା, ଏ ତାହା ପରି। ସେ କହିଲା, ମୁଁ ସେହି।
10 So they asked him, "Then how were your eyes opened?" ସେଥିରେ ସେମାନେ ତାହାକୁ କହିଲେ, ତାହାହେଲେ ତୋର ଆଖି କିପରି ଫିଟିଗଲା?
11 He replied, "The man called Jesus made mud, smeared it on my eyes, and told me, 'Go to Siloam and wash.' So I went, washed, and could see." ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲଗାଇଲେ ଏବଂ ମୋତେ କହିଲେ, ଶୀଲୋହ ପୋଖରୀକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି।
12 They said to him, "Where is he?" He said, "I do not know." ସେମାନେ ତାହାକୁ ପଚାରିଲେ, ସେ କାହିଁ? ସେ କହିଲା, ମୁଁ ଜାଣେ ନାହିଁ।
13 They brought the man who had been blind to the Pharisees. ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ।
14 Now it was a Sabbath day when Jesus made the mud and opened his eyes. ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର।
15 So the Pharisees also asked him again how he had gained sight. He told them, "He put mud on my eyes, and I washed, and I see." ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ। ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି।
16 Some Pharisees said, "This man isn't from God—he doesn't keep the Sabbath." Others said, "How can a sinful man do such signs?" So they were divided among them. ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ବରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରିପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା।
17 Again they asked the blind man, "What do you say about him, since he opened your eyes?" He said, "He is a prophet." ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତାʼ ବିଷୟରେ କଅଣ କହୁଅଛୁ? ସେ କହିଲା, ସେ ଜଣେ ଭାବବାଦୀ।
18 The Jews did not believe he had been blind and gained sight, until they summoned the parents of the man who had gained sight. ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ କେତେକ ଯିହୁଦୀ ନେତାମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ।
19 They asked them, "Is this your son you say was born blind? How then does he now see?" ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କଅଣ ତୁମ୍ଭମାନଙ୍କର ସେହି ପୁଅ? ତାହାହେଲେ ସେ କିପରି ଏବେ ଦେଖୁଅଛି?
20 His parents answered, "We know that this is our son and that he was born blind. ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଏ ଯେ ଆମ୍ଭମାନଙ୍କର ପୁଅ ଓ ଏ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ;
21 But how he now sees, we don't know; or who opened his eyes, we don't know. Ask him—he's an adult; he'll speak for himself." କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହୁଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ।
22 His parents said this, fearing the Jews, since the Jews had already agreed that if anyone confessed Jesus as the Christ, he would be expelled from the synagogue. ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।
23 That was why his parents said, "He is of age; ask him." ଅତଏବ, ତାହାର ପିତାମାତା କହିଲେ, ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ।
24 So they called the once-blind man again and said, "Give God the glory. We know this man is a sinner." ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ବରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।
25 He replied, "Whether he's a sinner, I don't know. I know one thing: I was blind, now I see." ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି।
26 They said to him, "What did he do to you? How did he open your eyes?" ତେଣୁ ସେମାନେ ତାହାକୁ କହିଲେ, ସେ ତୋତେ କଅଣ କଲା? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା?
27 He answered them, "I already told you, and you didn't listen. Why do you want to hear it again? Do you also want to become his disciples?" ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କଅଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି?
28 And they reviled him, saying, "You are his disciple, but we are disciples of Moses. ସେଥିରେ ସେମାନେ ତାହାକୁ ଗାଳି ଦେଇ କହିଲେ, ତୁ ତାହାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ।
29 We know God spoke to Moses, but we don't know where this man is from." ଆମ୍ଭେମାନେ ଜାଣୁ ଯେ, ଈଶ୍ବର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ।
30 The man answered them, "Here's the amazing thing: you don't know where he's from, yet he opened my eyes. ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା।
31 We know God doesn't listen to sinners, but if anyone reveres God and does his will, God listens to him. ଈଶ୍ବର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ବରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାହାର କଥା ଶୁଣନ୍ତି।
32 Never since the world began has anyone heard of someone opening the eyes of a person born blind. କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା।
33 If this man were not from God, he could do nothing." ଏ ଈଶ୍ବରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ।
34 They answered him, "You were born entirely in sin, yet you teach us?" and threw him out. ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ।
35 Jesus heard they had thrown him out, and finding him, said, "Do you believe in the Son of Man?" ସେମାନେ ଯେ ତାହାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତାହାର ଦେଖା ପାଇ କହିଲେ, “ତୁମ୍ଭେ କଅଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ?”
36 He answered, "And who is he, sir, so I can believe in him?" ସେ ଉତ୍ତର ଦେଲା, ହେ ପ୍ରଭୁ, ସେ କିଏ କହନ୍ତୁ, ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିବି?
37 Jesus said to him, "You have seen him, and it is he who is speaking with you." ଯୀଶୁ ତାହାକୁ କହିଲେ, “ତୁମ୍ଭେ ତାହାଙ୍କୁ ଦେଖିଅଛ, ଆଉ ଯେ ତୁମ୍ଭ ସାଙ୍ଗରେ କଥା କହୁଅଛନ୍ତି, ସେ ସେହି।”
38 He said, "Lord, I believe," and he worshiped him. ସେଥିରେ ସେ କହିଲା, ପ୍ରଭୁ ମୁଁ ବିଶ୍ୱାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା।
39 Jesus said, "I came into this world for judgment, so those who don't see may see, and those who see may become blind." ପୁଣି, ଯୀଶୁ କହିଲେ, “ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।”
40 Some Pharisees with him heard this and said, "Are we blind too?" ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କଅଣ ଅନ୍ଧ?
41 Jesus told them, "If you were blind, you would have no sin; but since you say, 'We see,' your sin remains." ଯୀଶୁ ସେମାନଙ୍କୁ କହିଲେ, “ଯଦି ଅନ୍ଧ ହୋଇଥାଆନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]