Skip to content
The Believer's Library

Indian Revised Version(IRV) Odia - 2021

Jonah 1 IRVOry

Show IRVOry only
Verse × ×
1 Now the word of our Father came to Jonah son of Amittai: ଅମିତ୍ତୟଙ୍କ ପୁତ୍ର ଯୂନସଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2 "Get up, go to Nineveh, that great city, and cry out against it, for their evil has risen before me." “ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”
3 But Jonah set out to flee to Tarshish, away from our Father's presence. He went down to Joppa, found a ship bound for Tarshish, paid its fare, and boarded to go with them to Tarshish, away from our Father's presence. ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।
4 Then our Father hurled a great wind at the sea; a violent storm arose, and the ship seemed about to break apart. ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା।
5 The sailors were terrified, each crying to his own god. They threw the ship's cargo into the sea to lighten it. But Jonah had gone below deck, where he lay fast asleep. ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।
6 The captain came and said, "How can you sleep? Get up, call on your god! Maybe he will notice us, and we won't perish." ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”
7 The men said to each other, "Come, let's cast lots to find who's to blame for this disaster on us." They cast lots, and it fell on Jonah. ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।
8 They said to him, "Tell us—you who have brought this disaster on us—what do you do? Where do you come from? What is your country? What people are you from?" ସେତେବେଳେ ସେମାନେ ତାଙ୍କୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ?”
9 He answered, "I am a Hebrew, and I fear our Father, the Father of heaven, who made the sea and the dry land." ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”
10 Then the men were terrified and said, "What have you done?" For they knew he was fleeing from our Father's presence, because he had told them. ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”
11 Then they said to him, "What should we do to you to calm the sea for us?"—for the sea grew stormier and stormier. ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।
12 He told them, "Lift me up and throw me into the sea, and it will calm for you. I know this great storm came on you because of me." ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।”
13 Instead the men rowed hard to reach land, but could not, for the sea grew wilder and wilder against them. ତଥାପି ସେହି ଲୋକମାନେ କୂଳକୁ ଫେରିଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।
14 So they cried out to our Father: "Please, God, don't let us die for taking this man's life. Don't hold us guilty of innocent blood, for you have done as you pleased." ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ-ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ।”
15 Then they picked Jonah up and hurled him into the sea, and the raging sea grew calm. ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା।
16 The men then feared our Father greatly, offered a sacrifice to our Father, and made vows. ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।
17 Now our Father appointed a great fish to swallow Jonah, and Jonah was in the belly of the fish three days and three nights. ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]