Skip to content
The Believer's Library

Indian Revised Version(IRV) Odia - 2021

Jonah 3 IRVOry

Show IRVOry only
Verse × ×
1 Then the word of our Father came to Jonah a second time: ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
2 "Get up, go to Nineveh, that great city, and proclaim the message I give you." “ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”
3 So Jonah got up and went to Nineveh, as our Father had said. Nineveh was a huge city—three days to cross. ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା।
4 Jonah walked one day into the city and cried out, "Forty more days and Nineveh is overturned!" ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”
5 The people of Nineveh believed God. They called a fast and put on sackcloth, from the greatest to the least. ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।
6 When the news reached Nineveh's king, he rose from his throne, removed his robe, covered himself with sackcloth, and sat in ashes. ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।
7 He had this proclaimed in Nineveh, by decree of the king and his nobles: No person or animal, herd or flock, may taste anything; they must not graze or drink water. ପୁଣି, ରାଜାର ଓ ଅଧ୍ୟକ୍ଷମାନଙ୍କର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ;
8 Let people and animals be covered with sackcloth, and everyone cry out to God with all their strength. Let each turn from his evil way and the violence in his hands. ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।
9 Who knows? God may turn and change his mind, turn from his fierce anger, so we're not destroyed. କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”
10 When God saw their deeds—that they turned from their evil way—God changed his mind about the disaster he had threatened to bring on them, and did not do it. ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]