Skip to content
The Believer's Library

Indian Revised Version(IRV) Odia - 2021

Jonah 4 IRVOry

Show IRVOry only
Verse × ×
1 But this upset Jonah deeply, and he burned with anger. ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ।
2 He prayed to our Father, "Please, O Father, isn't this what I said while still in my own land? That's why I fled toward Tarshish first—I knew you are a gracious, compassionate Father, slow to anger, overflowing with covenant love, one who relents from sending disaster. ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।
3 Now, our Father, please take my life from me—death is better for me than life." ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼ ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”
4 And our Father said, "Is it right for you to be so angry?" ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ?”
5 Jonah left the city and sat east of it, made himself a shelter there, and sat under it in the shade, waiting to see what would happen to the city. ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ।
6 And our Father appointed a plant and made it grow up over Jonah, to shade his head and ease his discomfort. So Jonah was overjoyed because of the plant. ତହିଁରେ ସଦାପ୍ରଭୁ ପରମେଶ୍ୱର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ। ଏଥିରେ ଯୂନସ ସେହି କଖାରୁ ଲତା ସକାଶୁ ବଡ଼ ଆହ୍ଲାଦିତ ହେଲେ।
7 At dawn the next day, our Father appointed a worm that attacked the plant, and it withered. ମାତ୍ର ତହିଁ ଆରଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା।
8 When the sun rose, our Father sent a scorching east wind; the sun beat on Jonah's head until he grew faint. He begged to die: "Better for me to die than to live." ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”
9 But our Father asked Jonah, "Is it right for you to be angry about the plant?" He said, "It is right—angry enough to die." ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”
10 And our Father said, "You pitied the plant you did not work for or grow, which sprouted in a night and died in a night. ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା।
11 And should I not pity Nineveh, that great city, in which there are more than 120,000 people who cannot tell their right hand from their left, and many animals as well?" ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]