Skip to content
The Believer's Library

Indian Revised Version(IRV) Odia - 2021

Judges 3 IRVOry

Show IRVOry only
Verse × ×
1 These are the nations our Father left to test Israel—all who had not known any of Canaan's wars. ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ
2 (He did this only so Israel's generations who had not known war before might learn it.). ଓ ଇସ୍ରାଏଲ-ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
3 The nations: five Philistine rulers, all Canaanites, Sidonians, and Hivites living in the Lebanon mountains, from Mount Baal-hermon to Lebo-hamath. ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।
4 They were to test Israel—whether they'd obey our Father's commands, given to their ancestors through Moses. ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।
5 So the Israelites lived among the Canaanites, Hittites, Amorites, Perizzites, Hivites, and Jebusites. ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
6 They married these peoples' daughters, gave their own daughters to their sons, and served their gods. ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।
7 Israel did evil in our Father's eyes, forgot their Father, and served the Baals and Asherahs. ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍‍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।
8 So our Father's anger burned against Israel; he sold them to Cushan-Rishathaim king of Aram-naharaim, whom Israel served eight years. ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍‍ର ରାଜା କୂଶନ୍-ରିଶୀୟାଥୟିମ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍‍-ରିଶୀୟାଥୟିମ୍‍ର ସେବା କଲେ।
9 When the Israelites cried out to our Father, he raised a rescuer—Othniel son of Kenaz, Caleb's younger brother—who rescued them. ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।
10 The Spirit of our Father came on him, and he judged Israel. He went to war, and our Father handed Cushan-Rishathaim king of Aram to him, and his hand prevailed over Cushan-Rishathaim. ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍‍-ରିଶୀୟାଥୟିମ୍‍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍‍-ରିଶୀୟାଥୟିମ୍‍ ଉପରେ ତାହାର ହସ୍ତ ପ୍ରବଳ ହେଲା।
11 Then the land had rest for forty years, until Othniel son of Kenaz died. ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।
12 Israelites again did evil in the eyes of our Father, and because they did this evil, our Father strengthened Eglon king of Moab against Israel. ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।
13 Eglon gathered the Ammonites and Amalekites, went and struck Israel, and they seized the City of Palms. ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।
14 The Israelites served Eglon king of Moab eighteen years. ତହିଁରେ ଇସ୍ରାଏଲ-ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ।
15 Israelites cried out to our Father again; he raised up Ehud son of Gera, a left-handed Benjamite, as rescuer. They sent tribute through him to Eglon king of Moab. ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।
16 Ehud made himself a two-edged sword, about eighteen inches long, and strapped it under his clothes on his right thigh. ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।
17 He presented the tribute to Eglon king of Moab, who was a very fat man. ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା।
18 When Ehud had finished presenting the tribute, he sent away the people who had carried it. ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ।
19 He turned back from the idols near Gilgal, saying, "I have a secret message for you, king." The king said, "Silence!" and all his attendants left him. ମାତ୍ର ସେ ଆପେ ଗିଲ୍‍ଗଲ୍‍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍‍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ।
20 Ehud approached him, sitting alone in his cool upper room. Ehud said, "I have a word from God for you." The king rose from his seat. ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।
21 Ehud reached with his left hand, took the sword from his right thigh, and plunged it into Eglon's belly. ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;
22 The hilt entered after the blade; fat closed over it. Since Ehud didn't draw the sword from his belly, his guts spilled out. ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।
23 Ehud went out to the porch, shut the upper room's doors behind him, and locked them. ଏଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ।
24 After he left, his servants found the upper room's doors locked and said, "He must be easing himself in the cool room." ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, “ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।”
25 They waited until embarrassed, but he still hadn't opened the upper room's doors. So they took the key, opened them, and found their lord fallen on the floor, dead. ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।
26 While they delayed, Ehud escaped. He passed beyond the idols and escaped to Seirah. ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।
27 He arrived, blew the ram's horn in Ephraim's hills, and the Israelites came down with him from the hills, Ehud leading. ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ-ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।
28 He said, "Follow me, for our Father has given your enemies Moab into your hand." They went down after him, seized the Jordan fords against Moab, and let no one cross. ପୁଣି ସେ ସେମାନଙ୍କୁ କହିଲେ, “ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।
29 At that time they struck down about 10,000 Moabites, all strong, able-bodied men; not one escaped. ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ।
30 So Moab was subdued that day under Israel's hand, and the land had rest eighty years. ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା। ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା।
31 Shamgar son of Anath followed, killing 600 Philistines with an oxgoad; he saved Israel too. ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍‍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]