Skip to content
The Believer's Library

Indian Revised Version(IRV) Odia - 2021

Lamentations 1 IRVOry

Show IRVOry only
Verse × ×
1 How lonely sits the city that once was full of people! She has become like a widow, she who was great among the nations. She who was a princess among the provinces has become a forced laborer. ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି!
2 Bitterly she weeps in the night, tears on her cheeks. Among all her lovers she has no one to comfort her; all her friends have betrayed her, they have become her enemies. ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।
3 Judah has gone into exile under affliction and harsh servitude; she lives among the nations but finds no resting place. All her pursuers have overtaken her in the midst of her distress. ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।
4 The roads to Zion mourn, for no one comes to the appointed feasts. All her gates are desolate, her priests groan, her young women grieve, and she herself is in bitter anguish. ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।
5 Her foes have become her masters, her enemies are at ease, for our Father has afflicted her because of her many rebellions. Her children have gone away, led captive before the enemy. ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।
6 All her majesty has departed from the daughter of Zion. Her princes have become like deer that find no pasture; they flee without strength before their pursuers. ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି।
7 In the days of her affliction and wandering, Jerusalem remembers all the precious things that were hers from days of old. When her people fell into the hands of the enemy, with no one to help her, the enemies looked on and mocked her downfall. ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବକାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।
8 Jerusalem has sinned grievously; therefore she has become an object of scorn. All who honored her despise her, for they have seen her nakedness; she herself groans and turns away. ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେମାନେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।
9 Her uncleanness clung to her skirts; she gave no thought to her future. Her fall is astounding, with no one to comfort her. "Look, my Father, on my affliction, for the enemy has triumphed!" ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।
10 The enemy has stretched out his hand over all her precious things; she has watched the nations enter her sanctuary—those you had forbidden to enter your assembly. ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।
11 All her people groan as they search for bread; they trade their treasures for food just to stay alive. "Look, my Father, and see, for I have become despised. ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।
12 Is it nothing to you, all you who pass by? Look and see if there is any sorrow like my sorrow, which was brought upon me, which our Father inflicted on the day of his fierce anger. ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।
13 From on high he sent fire into my bones, and it overcame them. He spread a net for my feet and turned me back; he has left me desolate, faint all the day long. ସେ ଊର୍ଦ୍ଧ୍ୱରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।
14 My rebellions were bound into a yoke; knit together by his hand, they were laid upon my neck, and he sapped my strength. The Sovereign Father handed me over to those I cannot withstand. ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।
15 The Sovereign Father has rejected all the mighty men in my midst; he summoned an assembly against me to crush my young men. The Sovereign Father has trampled the virgin daughter of Judah as in a winepress. ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।
16 For these things I weep; my eyes, my eyes flow with tears, for a comforter who could revive my spirit is far from me. My children are desolate, for the enemy has prevailed." ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋʼ ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।
17 Zion stretches out her hands, but there is no one to comfort her. Our Father has decreed that Jacob's neighbors would become his enemies; Jerusalem has become a filthy thing among them. ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।
18 Our Father is righteous, for I have rebelled against his word. Hear, all you peoples, and look on my suffering; my young women and my young men have gone into captivity. ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।
19 I called to my lovers, but they deceived me. My priests and my elders perished in the city while they searched for food just to stay alive. ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।
20 Look, my Father, for I am in distress; my stomach churns, my heart is overturned within me, for I have been very rebellious. In the street the sword cuts people down; in the house it is like death. ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋʼ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।
21 They have heard how I groan, with no one to comfort me. All my enemies have heard of my trouble; they are glad that you have done it. Bring on the day you have declared, that they may become like me. ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋʼ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।
22 Let all their evil come before you, and deal with them as you have dealt with me for all my rebellions; for my groans are many, and my heart is faint. ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞାଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]