Skip to content
The Believer's Library

Indian Revised Version(IRV) Odia - 2021

Lamentations 3 IRVOry

Show IRVOry only
Verse × ×
1 I am the man who has seen affliction under the rod of his wrath. ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।
2 He has driven me away and made me walk in darkness without any light. ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇ ଅଛନ୍ତି।
3 Surely against me he turns his hand again and again, all day long. ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।
4 He has worn away my flesh and my skin; he has broken my bones. ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି।
5 He has besieged me and surrounded me with bitterness and hardship. ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।
6 He has made me dwell in darkness like those long dead. ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି।
7 He has walled me in so I cannot escape; he has weighed down my chains. ସେ ମୋର ଚାରିଆଡ଼େ ସୁରକ୍ଷାର ବାଡ଼ ଦେଇଅଛନ୍ତି, ଯେପରି ମୁଁ ବାହାରିଯାଇ ନ ପାରେ; ସେ ମୋହର ଜଞ୍ଜିର ଭାରୀ କରିଅଛନ୍ତି।
8 Even when I call out and cry for help, he shuts out my prayer. ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।
9 He has blocked my ways with cut stones; he has made my paths crooked. ସେ କଟା ପଥରରେ ମୋହର ପଥ ଅବରୋଧ କରିଅଛନ୍ତି, ସେ ମୋର ପଥସବୁ ବକ୍ର କରିଅଛନ୍ତି।
10 He is a bear lying in wait for me, a lion in hiding. ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି।
11 He drove me off my path and tore me to pieces; he has made me desolate. ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।
12 He bent his bow and set me as the target for his arrow. ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି।
13 He drove the arrows of his quiver into my vitals. ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି।
14 I have become the laughingstock of all my people, their mocking song all day long. ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।
15 He has filled me with bitterness; he has sated me with bitterness. ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।
16 He has made my teeth grind on gravel, and made me cower in the dust. ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।
17 My soul has lost all peace; I have forgotten what happiness is. ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।
18 So I say, "My endurance has perished, and so has my hope from our Father." ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।”
19 Remember my affliction and my wandering, the bitterness and the gall! ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ।
20 My soul continually remembers it and is bowed down within me. ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି।
21 But this I call to mind, and therefore I have hope: ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।
22 The covenant love of our Father never ceases; his mercies never come to an end; ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।
23 they are new every morning; great is your faithfulness. ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।
24 "Our Father is all I need," says my soul, "therefore I will hope in him." ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।”
25 Our Father is good to those who wait for him, to the soul who seeks him. ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
26 It is good to wait quietly for the salvation of our Father. ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।
27 It is good for a man to bear the yoke in his youth. ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।
28 Let him sit alone in silence when it is laid on him; ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି।
29 let him put his mouth in the dust—there may yet be hope; ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।
30 let him give his cheek to the one who strikes, and be filled with insults. ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।
31 For the Sovereign Father will not abandon forever. କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ।
32 Though he causes grief, he will have compassion according to the abundance of his covenant love; କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
33 for he does not willingly afflict or grieve people. କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।
34 To crush underfoot all the prisoners of the earth, ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,
35 to deny a man justice in the sight of the Most High, ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସତ୍ତ୍ୱ ଅନ୍ୟଥା ହେବାର,
36 to deprive a man of justice in his case—the Sovereign Father does not approve. ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ।
37 Who has spoken and it came to pass, unless the Sovereign Father has commanded it? ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?
38 Is it not from the mouth of the Most High that both calamity and good come? ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ?
39 Why should a living man complain about the punishment for his sins? ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?
40 Let us examine and test our ways, and return to our Father! ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।
41 Let us lift up our hearts and our hands to our Father in heaven: ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।
42 "We have sinned and rebelled, and you have not forgiven. “ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।
43 You have wrapped yourself in anger and pursued us, killing without pity; ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।
44 you have wrapped yourself with a cloud so that no prayer can pass through. ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।
45 You have made us scum and refuse among the peoples. ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁ ତୁଲ୍ୟ କରିଅଛ।
46 All our enemies open their mouths against us; ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି।
47 panic and pitfall have come upon us, devastation and destruction." ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।
48 My eyes flow with streams of water over the destruction of my people. ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।
49 My eyes will flow without ceasing, without respite, ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ୱର୍ଗରୁ ଅନାଇ ନ ଦେଖନ୍ତି,
50 until our Father looks down and sees from heaven. ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।
51 My eyes bring grief to my soul at the fate of all the daughters of my city. ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଦୁଃଖ ଆଣେ।
52 I have been hunted like a bird by those who were my enemies without cause; ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।
53 they flung me alive into a pit and cast stones on me; ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି।
54 water closed over my head; I said, "I am lost." ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।
55 I called on your name, my Father, from the depths of the pit; ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି।
56 you heard my plea: "Do not turn a deaf ear to my cry for help!" ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।
57 You came near on the day I called on you; you said, "Do not fear!" ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।
58 You have taken up my cause, Sovereign Father; you have redeemed my life. ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ।
59 You have seen the wrong done to me, my Father; judge my cause. ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର।
60 You have seen all their vengeance, all their plots against me. ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।
61 You have heard their taunts, my Father, all their plots against me, ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;
62 the lips and thoughts of my assailants against me all day long. ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।
63 Watch their every move; I am the object of their mocking song. ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।
64 You will repay them, my Father, according to the work of their hands. ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।
65 You will give them hardness of heart; your curse will be on them. ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ।
66 You will pursue them in anger and destroy them from under the heavens of our Father. ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]