Skip to content
The Believer's Library

Indian Revised Version(IRV) Odia - 2021

Lamentations 4 IRVOry

Show IRVOry only
Verse × ×
1 How the gold has grown dim, how the purest gold is changed! The sacred stones lie scattered at every street corner. ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।
2 The precious children of Zion, once worth their weight in fine gold, how they are now counted as clay pots, the work of a potter's hands! ହାୟ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି!
3 Even jackals offer the breast and nurse their young, but the daughter of my people has turned cruel, like ostriches in the wilderness. ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧ ପାନ କରାନ୍ତି; ମୋʼ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।
4 The tongue of the nursing infant sticks to the roof of its mouth from thirst; the children beg for bread, but no one gives them a piece. ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।
5 Those who once feasted on delicacies now lie desolate in the streets; those who grew up wearing fine purple now cling to ash heaps. ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।
6 The guilt of the daughter of my people is greater than the sin of Sodom, which was overthrown in a moment, though no human hand was laid against her. କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।
7 Her princes were purer than snow, whiter than milk; their bodies more rosy than coral, their form like sapphire. ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତମଣି ତୁଲ୍ୟ ଥିଲା।
8 Now their appearance is blacker than soot; they go unrecognized in the streets. Their skin has shriveled on their bones; it has dried up like wood. ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳା ବର୍ଣ୍ଣ; ସେମାନେ ଦାଣ୍ଡରେ ଚିହ୍ନା ଯାʼନ୍ତି ନାହିଁ; ସେମାନଙ୍କର ଚର୍ମ ଅସ୍ଥିରେ ଲାଗି ରହିଅଛି; ତାହା କାଷ୍ଠ ପରି ଶୁଷ୍କ ହୋଇଅଛି,
9 Those slain by the sword were better off than those slain by hunger, who wasted away, pierced through with hunger for lack of food from the fields. କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।
10 The hands of compassionate women boiled their own children; they became their food when the daughter of my people was destroyed. ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।
11 Our Father gave full vent to his wrath; he poured out his burning anger and kindled a fire in Zion that consumed her foundations. ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
12 The kings of the earth did not believe, nor did anyone living on earth, that an enemy or a foe could enter the gates of Jerusalem. ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।
13 It was for the sins of her prophets and the crimes of her priests, who shed in her midst the blood of the righteous. ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍‍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
14 They wandered blind through the streets, defiled with blood, so that no one could touch their garments. ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।
15 "Away! Unclean!" people cried at them. "Away! Away! Do not touch!" So they fled and wandered, and among the nations it was said, "They can stay here no longer." ଲୋକେ ସେମାନଙ୍କୁ ଡାକି କହିଲେ, “ହେ ଅଶୁଚି ଲୋକମାନେ, ଦୂର ହୁଅ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ!” ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, “ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।”
16 Our Father's presence has scattered them; he will look on them no longer. No honor was shown to the priests, no favor to the elders. ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।
17 Our eyes grew weary watching in vain for help; from our watchtowers we watched for a nation that could not save. ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।
18 They stalked our steps so we could not walk in our streets. Our end drew near, our days were numbered, for our end had come. ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;
19 Our pursuers were swifter than eagles in the sky; they chased us over the mountains and lay in wait for us in the wilderness. ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।
20 Our very life-breath, our Father's anointed, was captured in their pits—the one of whom we said, "Under his shadow we will live among the nations." ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।
21 Rejoice and be glad, daughter of Edom, you who live in the land of Uz; but the cup of his anger will come to you as well—you will become drunk and strip yourself bare. ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
22 Your punishment is complete, daughter of Zion; he will not prolong your exile. But your guilt, daughter of Edom, he will punish; he will lay bare your sins. ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ କରିବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]