Skip to content
The Believer's Library

Indian Revised Version(IRV) Odia - 2021

Lamentations 5 IRVOry

Show IRVOry only
Verse × ×
1 Remember, our Father, what has happened to us; look and see our disgrace. ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।
2 Our inheritance has been turned over to strangers, our homes to foreigners. ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ହୋଇଅଛି।
3 We have become orphans, fatherless; our mothers are like widows. ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି।
4 We pay for our own water to drink; even firewood costs us money. ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ।
5 Our pursuers are at our necks; we are worn out and given no rest. ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ।
6 We submitted to Egypt and Assyria just to get enough bread. ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।
7 Our ancestors sinned, and are no more; and we bear their punishment. ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।
8 Slaves rule over us; there is no one to free us from their grip. ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ।
9 We risk our lives to get our bread, because of the sword in the wilderness. ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।
10 Our skin is hot as an oven, scorched by the burning heat of famine. ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।
11 Women are violated in Zion, virgins in the cities of Judah. ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।
12 Princes are hung up by their hands; the elders receive no respect. ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।
13 Young men toil at the millstones; boys stagger under loads of wood. ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।
14 The elders have left the city gate, the young men their music. ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।
15 The joy of our hearts has ceased; our dancing has turned to mourning. ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।
16 The crown has fallen from our head. Woe to us, for we have sinned! ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍‍ ଆମ୍ଭମାନଙ୍କୁ! କାରଣ ଆମ୍ଭେମାନେ ପାପ କରିଅଛୁ।
17 Because of this our heart has grown faint; because of these things our eyes have grown dim. ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।
18 For Mount Zion lies desolate; jackals prowl over it. କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।
19 You, our Father, are enthroned forever; your throne endures from generation to generation. ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ।
20 Why do you forget us forever, forsake us for so many days? ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ?
21 Restore us to yourself, our Father, and we will return; renew our days as they once were, ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।
22 unless you have utterly rejected us, and are angry with us beyond measure. ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]