Skip to content
The Believer's Library

Indian Revised Version(IRV) Odia - 2021

Leviticus 15 IRVOry

Show IRVOry only
Verse × ×
1 Our Father spoke to Moses and Aaron, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2 "Speak to Israel's people and say: When any man has a discharge from his body, his discharge is unclean. “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ।
3 This is his uncleanness from discharge: whether his body flows with it or is blocked, it is his uncleanness. ପୁଣି ପ୍ରମେହ ସକାଶୁ ତାହାର ଅଶୁଚିତାର ବିଧି ଏହି; ତାହାର ଶରୀରରୁ ପ୍ରମେହ ଝରୁ ଥାଉ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୁଚିତା ଅଟେ।
4 "Every bed the man with the discharge lies on is unclean; everything he sits on is unclean. ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ।
5 Whoever touches his bed must wash his clothes, bathe in water, and remain unclean until evening. ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
6 Whoever sits on anything the man with the discharge sat on must wash his clothes, bathe in water, and be unclean until evening. ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
7 "Whoever touches the body of the man with the discharge must wash his clothes, bathe in water, and remain unclean until evening. ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
8 If the man with the discharge spits on a clean person, that person must wash his clothes, bathe in water, and remain unclean until evening. ଆଉ, ପ୍ରମେହୀ ଯଦି ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
9 "Any saddle on which the man with the discharge rides is unclean. ପୁଣି, ପ୍ରମେହୀ ଯେଉଁ ବାହନ ଉପରେ ଚଢ଼େ, ତାହା ଅଶୁଚି ହେବ।
10 Anyone who touches what was under him is unclean until evening; anyone who carries them must wash his clothes, bathe in water, and remain unclean until evening. ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
11 "Anyone the man with the discharge touches, if the man hasn't rinsed his hands in water, must wash his clothes, bathe in water, and stay unclean until evening. ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
12 Any clay pot the man with the discharge touches must be broken; every wooden utensil must be rinsed in water. ପୁଣି, ପ୍ରମେହୀ ଯେଉଁ ମୃତ୍ତିକା ପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।
13 "When the man with a discharge is cleansed of it, he must count seven days for his cleansing, wash his clothes, bathe his body in fresh flowing water, and be clean. ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।
14 On the eighth day he must take two turtledoves or two young pigeons, come before our Father at the tent of meeting's entrance, and give them to the priest. ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।
15 The priest is to offer one as a sin offering, the other as a burnt offering, and the priest will make atonement for him before our Father for his discharge. ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
16 "If semen leaves a man, he must bathe his whole body in water and is unclean until evening. ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
17 Any garment or leather with semen on it must be washed with water and stays unclean until evening. ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
18 If a man sleeps with a woman and semen is released, both must bathe in water and stay unclean until evening. ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।
19 "When a woman has a blood discharge from her body, she remains in her menstrual impurity seven days; whoever touches her is unclean until evening. ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତ ଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
20 Everything she lies on during her impurity is unclean, and everything she sits on is unclean. ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।
21 Whoever touches her bed must wash his clothes, bathe in water, and be unclean until evening. ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
22 Whoever touches what she sits on must wash their clothes, bathe in water, and stay unclean until evening. ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
23 Whether the bed or what she sits on, touching it makes one unclean until evening. ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
24 "If a man lies with her and her menstrual impurity touches him, he is unclean seven days; every bed he lies on is unclean. ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।
25 "If a woman's blood flows many days outside her monthly impurity, or beyond it, she stays unclean the whole time of the flow, as in the days of her impurity. ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।
26 Every bed she lies on during her discharge is like her menstrual bed; every object she sits on is unclean, like her menstrual impurity. ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।
27 Whoever touches them becomes unclean; he must wash his clothes, bathe in water, and remain unclean until evening. ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
28 "Once she is made clean from her flow, she must count seven days, and after that she is clean. ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।
29 On the eighth day she must take two turtledoves or two young pigeons and bring them to the priest, at the meeting tent's entrance. ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।
30 The priest will offer one as a sin offering, the other as a burnt offering, and make atonement for her before our Father for her impure discharge. ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
31 "Keep the Israelites separate from their impurity, so they don't die in their impurity by making my dwelling place among them unclean. ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”
32 "This is the law for one with a discharge, and for one whose emission of semen makes him unclean, ପ୍ରମେହ ରୋଗୀର ଓ ବୀର୍ଯ୍ୟପାତରେ ଅଶୁଚି ଲୋକର,
33 for a woman in her monthly impurity, for anyone, male or female, with a discharge, and for a man who lies with an unclean woman." ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]