Skip to content
The Believer's Library

Indian Revised Version(IRV) Odia - 2021

Leviticus 16 IRVOry

Show IRVOry only
Verse × ×
1 Our Father spoke to Moses after the death of Aaron's two sons, who died approaching our Father. ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କୁ କହିଲେ;
2 Our Father told Moses: "Tell Aaron your brother not to enter the Holy Place behind the curtain, before the mercy seat on the ark, whenever he wants, or he'll die—for I appear in the cloud above the mercy seat." ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।
3 "With this Aaron may enter the Holy Place: a young bull for a sin offering, a ram for a burnt offering. ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।
4 He must wear the holy linen tunic, linen undergarments next to his body, a linen sash tied around him, and a linen turban. These are holy garments; he is to bathe his body in water before putting them on. ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।
5 From Israel's community he must take two male goats for a sin offering and one ram for a burnt offering. ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।
6 Aaron will offer his own sin-offering bull, making atonement for himself and his household. ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
7 He must take the two goats and stand them before me at the entrance to the tent of meeting. ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।
8 Aaron will cast lots over the two goats: one for me, one for Azazel. ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ।
9 Aaron is to bring the goat chosen for me by lot and offer it as a sin offering. ପୁଣି, ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ।
10 But the goat on which the lot fell for Azazel is presented alive before me, to atone over it by sending it into the wilderness to Azazel. ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।
11 Aaron is to present his sin offering bull, to atone for himself and his household, then slaughter his sin offering bull. ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।
12 He is to take a censer full of burning coals from the altar before me, two handfuls of finely ground fragrant incense, and bring them inside the veil. ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।
13 He must put the incense on the fire before me, so its cloud covers the mercy seat over the testimony, and he does not die. ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।
14 He must take some of the bull's blood and sprinkle it with his finger on the front of the mercy seat, eastward, then sprinkle some of the blood with his finger seven times before the mercy seat. ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।
15 Then he must slaughter the people's sin-offering goat, bring its blood inside the curtain, and do with it as with the bull's blood—sprinkling it on the mercy seat and before it. ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।
16 This is how he atones for the Holy Place because of Israel's uncleanness, their rebellions, all their sins. He does the same for the tent of meeting, which stays among them in the midst of their uncleanness. ପୁଣି, ଇସ୍ରାଏଲ-ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।
17 No one may be in the tent of meeting when he enters to make atonement in the Holy Place until he leaves, having atoned for himself, his household, and the whole assembly of Israel. ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,
18 He must go out to the altar before me, make atonement for it, take some of the bull's blood and some of the goat's blood, and put it on the altar's horns all around. ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।
19 He is to sprinkle blood on it with his finger seven times, to cleanse and dedicate it from the impurity of Israel's people. ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।
20 When he finishes atoning for the Holy Place, tent of meeting, and altar, he is to present the live goat. ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।
21 Aaron is to lay both hands on the live goat's head and confess over it all Israel's guilt, all their rebellions, all their sins, placing them on the goat's head, then send it into the wilderness by a man appointed for the task. ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହାସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇଦେବ।
22 The goat will carry all their sins on itself into a cut-off land; the man will release it in the wilderness. ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।
23 Aaron will enter the tent of meeting, take off the linen garments he wore entering the Holy Place, and leave them there. ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।
24 He must bathe his body in water in a holy place and put on his clothes. Then he comes out, offers his burnt offering and the people's burnt offering, atoning for himself and the people. ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
25 He is to burn the fat of the sin offering on the altar. ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।
26 He who sent the goat to Azazel must wash his clothes, bathe his body in water, then he may enter the camp. ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।
27 The bull and goat of the sin offering, whose blood was brought to atone in the Holy Place, are to be taken outside the camp; their hides, flesh, and dung are to be burned in the fire. ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇ ଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।
28 Whoever burns them must wash his clothes and bathe his body in water, then he may come into the camp. ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
29 This is a permanent law for you: on the tenth day of the seventh month, humble yourselves and do no work—neither the native nor the foreigner living among you. ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।
30 For on this day atonement is made for you, to cleanse you from all your sins; you will be clean before me. କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।
31 It is a Sabbath of complete rest for you; humble yourselves—a lasting statute. ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।
32 The priest anointed and ordained to serve in his father's place is to make atonement and put on the linen garments—the holy garments, ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ରସବୁ ପିନ୍ଧିବ।
33 and make atonement for the Most Holy Place, the tent of meeting, the altar, the priests, and all the assembly's people. ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
34 This is a permanent statute for you: atone for all the Israelites' sins once a year." And it was done, as our Father commanded Moses. ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]