Skip to content
The Believer's Library

Indian Revised Version(IRV) Odia - 2021

Leviticus 17 IRVOry

Show IRVOry only
Verse × ×
1 Our Father spoke to Moses, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Speak to Aaron, his sons, and all Israel, and tell them: This is what I have commanded: “ତୁମ୍ଭେ ହାରୋଣକୁ, ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
3 Any Israelite who slaughters an ox, lamb, or goat inside the camp, or outside the camp, ଇସ୍ରାଏଲ ବଂଶରୁ ଜାତ ଯେକେହି ଗୋରୁ, କି ମେଷ, କି ଛାଗ ଛାଉଣି ମଧ୍ୟରେ କିମ୍ବା ଛାଉଣି ବାହାରେ ବଧ କରେ,
4 and doesn't bring it to the tent of meeting's entrance to offer to me before my tabernacle—that man is guilty of bloodshed; he has shed blood and will be cut off from his people. ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
5 So the Israelites will bring their sacrifices, now offered in the open field, to the priest at the tent of meeting's entrance, offering them as peace offerings to me. ଏହେତୁ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ଯେଉଁ ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେହି ସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।
6 At the tent of meeting's entrance, the priest is to splash the blood on my altar and burn fat, a pleasing aroma to me. ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।
7 They must no longer sacrifice to the goat demons they prostitute themselves with. This is a lasting law for all their generations. ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
8 "Tell them: Any Israelite, or foreigner living among them, who offers a burnt offering or sacrifice, ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ,
9 and doesn't bring it to the meeting tent's entrance to offer to me—that man will be cut off from his people. ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
10 "Any man of the house of Israel, or foreigner living among them, who eats any blood—I will set my face against that person and cut them off from their people. ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
11 Blood is the flesh's life; I gave it to you on the altar to atone for your souls, for blood atones by the life. କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।
12 So I told Israel: None of you is to eat blood, nor any foreigner living among you. ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।
13 "Any Israelite or foreigner among them who hunts an edible animal or bird must pour out its blood and cover it with dust. ଆଉ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟ ଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।
14 Every creature's life is in its blood. So I told the Israelites: Eat no creature's blood, since its life is its blood—whoever eats it will be cut off. କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ତାହାର ପ୍ରାଣ ଅଟେ; ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।
15 "Anyone, native or foreigner, who eats a carcass or an animal torn by beasts must wash his clothes, bathe in water, stay unclean until evening, then be clean. ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ।
16 But if he does not wash them or bathe his body, he will bear his guilt." ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]