Skip to content
The Believer's Library

Indian Revised Version(IRV) Odia - 2021

Leviticus 18 IRVOry

Show IRVOry only
Verse × ×
1 Our Father spoke to Moses, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Speak to the children of Israel and say to them: I am your Father. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
3 You must not do as Egypt does, where you lived; you must not do as Canaan does, where I am bringing you; you must not follow their statutes. ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।
4 You must follow my judgments and keep my statutes, walking in them. I am your Father. ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5 Keep my statutes and my judgments; whoever does them will live by them. I am your Father. ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
6 "None of you may approach any close relative to have sexual relations. I am your Father. ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
7 "Do not have sex with your mother—that exposes your father's nakedness. She is your mother; do not have sex with her. ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
8 "You must not have sexual relations with your father's wife; that would dishonor your father. ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।
9 "Don't have sexual relations with your sister, your father's or mother's daughter, born at home or elsewhere. ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍‍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।
10 "Do not have sex with your son's or daughter's daughter—that exposes your own nakedness. ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।
11 "Your father's wife's daughter, born to your father, is your sister; do not have sex with her. ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
12 "You must not have sexual relations with your father's sister; she is your father's close relative. ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।
13 "You must not have sexual relations with your mother's sister, for she is your mother's close relative. ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।
14 "Do not dishonor your father's brother by having sex with his wife; she is your aunt. ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।
15 "Do not have sex with your daughter-in-law; she is your son's wife—do not have sex with her. ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
16 "You must not have sexual relations with your brother's wife; that would dishonor your brother. ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।
17 "Do not have sex with a woman and her daughter, or take her son's or her daughter's daughter, to have sex with them; they are close relatives—that is depraved. ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।
18 "Do not marry a woman as rival to her sister, sleeping with her while the sister is still living. ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତାʼର ଭଗିନୀକୁ ଗ୍ରହଣ କରିବ ନାହିଁ।
19 "Do not approach a woman for sex during her monthly impurity. ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।
20 "Do not have sex with your neighbor's wife, making yourself unclean by her. ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।
21 "Do not give any of your children to be passed through the fire to Molech, desecrating your Father's name. I am your Father. ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
22 "You must not have sexual relations with a male as with a woman; it is detestable. ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
23 "Do not have sex with any animal, making yourself unclean; a woman must not present herself to an animal to mate with it. That is a perversion. ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।
24 "Do not make yourselves unclean by any of these, for by all of them the nations I'm driving out before you became unclean. ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
25 The land was made unclean, so I called it to account for its guilt, and it vomited out those living there. ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।
26 Keep my rules and laws. None of you—native or foreigner among you—may do any of these detestable things. ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।
27 For the people of the land before you did all these detestable things, and it was made unclean. କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।
28 Let the land not vomit you out for making it unclean, as it vomited out the nation before you. ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।
29 "Anyone who does any of these detestable things will be cut off from among their people. ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
30 So keep my charge: do none of the detestable customs practiced before you, and do not make yourselves unclean by them. I am your Father." ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]