Skip to content
The Believer's Library

Indian Revised Version(IRV) Odia - 2021

Leviticus 19 IRVOry

Show IRVOry only
Verse × ×
1 Our Father spoke to Moses, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Speak to the whole community of Israel: You are to be holy, for I, your Father, am holy. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।
3 "Each of you must respect your mother and father, and keep my Sabbaths. I am your Father. ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
4 "Do not turn to idols or make for yourselves gods of cast metal. I am your Father. ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5 "When you sacrifice a peace offering to me, offer it so you will be accepted. ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ।
6 Eat it the day you offer it, or the next; anything left to the third day, burn in fire. ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।
7 If any is eaten on the third day, it is foul and will not be accepted. ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ।
8 Whoever eats it bears their guilt, for they desecrated what is holy to me; that person will be cut off from their people. ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
9 "When you harvest your land, do not reap to the field's edges or gather the gleanings of your harvest. ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।
10 Do not strip your vineyard bare or gather its fallen grapes. Leave them for the poor and the foreigner. I am your Father. ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
11 "Do not steal; do not deceive; do not lie to one another. ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।
12 "Don't swear falsely by my name, desecrating your Father's name. I am your Father. ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।
13 "You shall not oppress your neighbor or rob him. Do not hold a hired worker's wages overnight. ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।
14 "Do not curse the deaf or place a stumbling block before the blind, but fear your Father. I am your Father. ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ।
15 "Do not pervert justice in your decisions. Do not favor the poor or defer to the great, but judge your neighbor fairly. ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।
16 "Don't spread slander among your people, and don't stand idle while your neighbor's life is in danger. I am your Father. ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।
17 "Do not hate your brother in your heart; correct your neighbor openly, so you don't bear sin because of him. ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।
18 Do not take revenge or hold a grudge against your own people, but love your neighbor as yourself. I am your Father. ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
19 "Keep my decrees. Don't breed your livestock with a different kind. Don't sow your field with two kinds of seed, or wear a garment of two kinds of material. ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।
20 "If a man sleeps with a slave woman assigned to another man, and she has not been bought back or set free, an inquiry is required. They are not to be put to death, since she was not free. ପୁଣି, ମୂଲ୍ୟ ଦ୍ୱାରା ଅବା ଅନ୍ୟ ରୂପେ ମୁକ୍ତ ନୁହେଁ, ଏପରି ଯେ ସ୍ୱାମୀ ପ୍ରତି ବାଗ୍‍ଦତ୍ତା ଦାସୀ, ତାହା ସହିତ ଯଦି କେହି ଶୟନ କରେ, ତେବେ ସେମାନେ ଦଣ୍ଡନୀୟ ହେବେ; ସେମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ, କାରଣ ସେ ମୁକ୍ତ ନୁହେଁ।
21 He is to bring his guilt offering to me, at the entrance of the tent of meeting—a ram as the guilt offering. ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍‍, ଦୋଷାର୍ଥକ ମେଷ ଆଣିବ।
22 The priest will make atonement for him with the ram of the guilt offering before me, for the sin he committed; and he will be forgiven the sin he committed. ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ।
23 "When you enter the land and plant any food tree, treat its fruit as forbidden. For three years it is forbidden to you; do not eat it. ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହାସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ।
24 In the fourth year all its fruit is to be holy, an offering of praise to me. ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ।
25 But the fifth year you may eat its fruit, so it yields more for you. I am your Father. ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
26 "Do not eat anything with the blood in it. Do not practice fortune-telling or interpret omens. ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।
27 "Do not round off the hair at the sides of your head or damage the edges of your beard. ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।
28 "Don't cut your body for the dead or tattoo yourselves. I am your Father. ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
29 "Do not desecrate your daughter by making her a prostitute, or the land will turn to prostitution and fill with depravity. ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।
30 "You are to keep my Sabbaths and revere my sanctuary. I am your Father. ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
31 "Do not turn to mediums or necromancers; do not seek to be made unclean by them. I am your Father. ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।
32 "Stand up before the gray-haired and respect the old. Fear your Father. I am your Father. ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
33 "When a foreigner lives among you in your land, do not mistreat them. ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।
34 The foreigner living among you must be to you as a native, and love them as yourself, for you were foreigners in Egypt. I am your Father. ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
35 "You are to do no wrong in judgment, in measures of length, weight, or quantity. ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ।
36 Have honest scales, honest weights, an honest grain measure, an honest liquid measure. I am your Father, who brought you out of the land of Egypt. ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍‍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
37 "Keep all my statutes and all my rules, and do them. I am your Father." ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]