Skip to content
The Believer's Library

Indian Revised Version(IRV) Odia - 2021

Leviticus 2 IRVOry

Show IRVOry only
Verse × ×
1 "When anyone brings a grain offering to our Father, the offering must be fine flour. Pour oil on it, put frankincense on it, ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;
2 and bring it to Aaron's sons, the priests. The priest will take a handful of its fine flour and oil, with all its frankincense, and burn the memorial portion on the altar—a fire offering, a pleasing aroma to our Father. ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
3 The rest of the grain offering belongs to Aaron and his sons—most holy, from the fire offerings to our Father. ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
4 "When you bring a grain offering baked in an oven: fine flour, either loaves without yeast mixed with oil, or wafers without yeast spread with oil. ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।
5 If your offering is a grain offering on a griddle, it must be fine flour mixed with oil, without yeast. ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।
6 Break it into pieces and pour oil on it; it is a grain offering. ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।
7 If your offering is grain cooked in a pan, make it with fine flour and oil. ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ।
8 Bring the grain offering made from these to our Father; present it to the priest, who brings it to the altar. ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।
9 The priest takes the grain offering's memorial portion and burns it on the altar—a fire offering, a pleasing aroma to our Father. ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
10 What remains of the grain offering belongs to Aaron and his sons—most holy, from the fire offerings to our Father. ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
11 "No grain offering you bring to our Father may contain yeast, for you must not burn any yeast or honey as a fire offering to our Father. ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।
12 You may bring them to our Father as a firstfruits offering, but do not offer them on the altar as a pleasing aroma. ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।
13 Salt every grain offering. Don't leave out your Father's covenant salt; add salt to all your offerings. ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।
14 "If you bring a firstfruits grain offering to our Father, offer new grain roasted in fire, crushed kernels, as your firstfruits offering. ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍‍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।
15 Put oil on it and lay frankincense on it; it is a grain offering. ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ।
16 The priest burns the memorial portion—some of the crushed grain and oil—with all its frankincense, as a fire offering to our Father." ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]