Skip to content
The Believer's Library

Indian Revised Version(IRV) Odia - 2021

Leviticus 20 IRVOry

Show IRVOry only
Verse × ×
1 Our Father spoke to Moses: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Tell the Israelites: Any Israelite, or foreigner living in Israel, who gives any of his children to Molech must surely be put to death—the people of the land are to stone him with stones. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
3 I myself will set my face against that man and cut him off from among his people, for giving any of his children to Molech, making my sanctuary unclean and desecrating my holy name. ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
4 If the people of the land turn a blind eye when that man gives any of his offspring to Molech, and do not put him to death, ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,
5 I will set my face against that man and his family, and cut him off—with all who follow him in prostitution to Molech—from among their people. ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
6 "Whoever turns to mediums or spiritists, prostituting themselves after them, I will set my face against that person and cut them off from among their people. ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
7 "Set yourselves apart, therefore, and be holy, for I am your Father. ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
8 Keep my statutes and do them. I am your Father who makes you holy. ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
9 "Whoever curses his father or his mother must be put to death; he has cursed his father or his mother—his blood is on him. ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
10 "If a man commits adultery with another man's wife—his neighbor's wife—both adulterer and adulterous woman must surely be put to death. ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
11 "A man who sleeps with his father's wife has exposed his father's nakedness; both must be put to death; their blood is on them. ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
12 "If a man sleeps with his daughter-in-law, both must be put to death; they have done a perversion; their blood is on them. ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
13 "If a man lies with a male as with a woman, both have done a detestable thing; they must surely be put to death; their blood is on them. ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
14 "If a man takes a woman and her mother, that is evil; burn him and them with fire, so no evil remains among you. ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।
15 "If a man has sex with an animal, he must be put to death, and you must kill the animal. ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।
16 "If a woman approaches any animal to mate with it, kill the woman and the animal; both must be put to death; their blood is on them. ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
17 "If a man marries his sister, his father's or mother's daughter, and they have sexual relations, it is a disgrace; they must be cut off before their people. He has exposed his sister; he bears his guilt. ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
18 "If a man sleeps with a woman during her period, he exposes her flow, and she uncovers its source; both are cut off from their people. ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
19 "Do not have sex with your mother's or father's sister—that disrespects a close relative; they will bear their guilt. ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।
20 A man who sleeps with his uncle's wife disrespects his uncle; they will bear their sin and die childless. ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
21 "If a man marries his brother's wife, it is impurity; he exposed his brother's nakedness; they will be childless. ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
22 "Keep all my statutes and all my rules, and do them, so the land I'm bringing you to live in won't vomit you out. ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
23 You must not adopt the customs of the nation I am driving out before you, because they did all these things, and I detested them. ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।
24 I have told you: you will inherit their land; I myself will give it to you to possess, a land flowing with milk and honey. I am your Father, who set you apart from the peoples. ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
25 "So distinguish clean animals from unclean, and unclean birds from clean. Do not make yourselves detestable by any animal, bird, or thing crawling on the ground that I have set apart for you as unclean. ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।
26 Be holy to me, for I, your Father, am holy, and I have set you apart from the peoples to be mine. ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।
27 "A man or woman who is a medium or spiritist must be put to death—stoned; their blood is on them." ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]