Skip to content
The Believer's Library

Indian Revised Version(IRV) Odia - 2021

Leviticus 21 IRVOry

Show IRVOry only
Verse × ×
1 Our Father said to Moses: "Tell the priests, Aaron's sons: No one may make himself unclean for the dead among his people, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।
2 except for his closest relatives—his mother, his father, his son, his daughter, his brother, କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍‍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।
3 or his virgin sister, close to him, still unmarried—for her he may become unclean. ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।
4 He must not make himself unclean as a leader among his people and desecrate himself. ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।
5 They must not shave their heads bald, shave off their beard edges, or gash their bodies. ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।
6 They must be holy to their Father and not desecrate his name; they present our Father's food offerings, his bread, so they must be holy. ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
7 They must not marry a prostitute, one made unclean, or one divorced from her husband; the priest is holy to his Father. ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।
8 Treat him as holy—he offers your Father's bread. He is to be holy to you, for I, your Father who makes you holy, your Father who sets you apart, am holy. ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।
9 A priest's daughter who desecrates herself by prostitution desecrates her father; she is to be burned with fire. ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।
10 The high priest, greatest among his brothers, with anointing oil poured on his head and ordained to wear the garments, must not let his hair hang loose or tear his clothes. ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।
11 He must not go near a corpse or make himself unclean, even for his father or mother. କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।
12 He must not leave the sanctuary or desecrate his Father's sanctuary; his anointing oil has dedicated him. I am your Father. ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।
13 He is to marry only a virgin. ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;
14 He may not marry a widow, divorced woman, or woman made unclean by prostitution—only a virgin from his own people. ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
15 So he won't desecrate his offspring among his people, for I, your Father, make him holy—his Father who sets him apart." ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
16 And our Father said to Moses: ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
17 "Speak to Aaron: no descendant of yours, in any generation, who has a defect may approach to offer his Father's food. “ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟଦ୍ରବ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
18 No man with a defect may approach: blind, lame, disfigured-faced, or deformed-limbed, ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,
19 or a man who has a broken foot or a broken hand, ଭଗ୍ନପାଦ, ଭଗ୍ନହସ୍ତ,
20 or a hunchback, a dwarf, an eye defect, festering sores, scabs, or crushed testicles. କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;
21 No descendant of Aaron the priest with a defect may approach to offer our Father's food offerings; with a defect, he may not approach to offer his Father's bread. ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।
22 He may eat the bread of his Father, both the most holy and the holy things. ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ‘ଭକ୍ଷ୍ୟ’ ଭୋଜନ କରିବ।
23 He must not go near the veil or approach the altar, having a defect, so he won't desecrate my holy places—for I, your Father, make them holy, their Father who sets them apart." ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”
24 So Moses spoke this to Aaron and his sons and to all the people of Israel. ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କହିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]