Skip to content
The Believer's Library

Indian Revised Version(IRV) Odia - 2021

Leviticus 22 IRVOry

Show IRVOry only
Verse × ×
1 Then our Father said to Moses, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Tell Aaron and his sons to be careful with the holy offerings Israel's people dedicate to me, so they don't desecrate my holy name. I am your Father. “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
3 "Tell them: In every generation, any descendant of yours who is unclean and approaches the holy offerings Israel's people dedicate to me will be cut off from my presence. I am your Father. ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।
4 "No descendant of Aaron with a skin disease or discharge may eat the holy offerings until clean. Whoever touches something unclean from a corpse, or a man who has a semen emission, ପୁଣି, ହାରୋଣ-ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;
5 or touches any swarming creature that makes him unclean, or a person who makes him unclean, whatever his uncleanness. ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,
6 Whoever touches it is unclean until evening and must not eat the holy offerings unless he has washed his body in water. ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
7 At sunset he is clean; then he may eat the holy offerings, for it is his food. ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।
8 He must not eat anything dead or torn by wild animals, for that makes him unclean. I am your Father. ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
9 Priests must keep my instructions, or bear guilt and die for treating them with contempt. I am your Father, who makes them holy. ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।
10 "No outsider may eat the holy offering; no guest or hired worker of a priest may eat it. ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
11 But if a priest buys a slave with his own money, that slave may eat it; those born in the priest's house may eat his food. ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।
12 If a priest's daughter marries a non-priest, she may not eat the holy contributions. ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ।
13 But if a priest's daughter is widowed or divorced, has no child, and returns to her father's house as in her youth, she may eat her father's food. No outsider may eat it. ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।
14 "Anyone who eats a holy offering by mistake must add a fifth of its value and give it to the priest. ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।
15 Priests must not desecrate the holy offerings Israel's people present to me, ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହାସବୁ ଅପବିତ୍ର କରିବେ ନାହିଁ।
16 and bring guilt requiring payment on them by their eating their holy offerings. For I am your Father, who makes them holy." ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”
17 Then our Father said to Moses, ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
18 "Tell Aaron, his sons, and all Israelites: When any of you—native-born or a foreigner living in Israel—brings a burnt offering to me, to fulfill a vow or as a voluntary gift. “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ‘ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,
19 Present a male without defect from cattle, sheep, or goats, so it's accepted for you. ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂପଶୁ ଉତ୍ସର୍ଗ କରିବେ।
20 Do not present anything with a defect, because it will not be accepted on your behalf. ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ।
21 When anyone brings a peace offering to me from herd or flock to fulfill an extraordinary vow or as a freewill offering, it must be flawless to be accepted—no defect in it. ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।
22 Do not offer me anything blind, broken, maimed, wart-covered, scabbed, or oozing. Do not put any of these on the altar as a food offering to me. ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ।
23 You may present an ox or sheep that's deformed or stunted as a voluntary offering, but it won't be accepted for a vow. ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।
24 Don't offer me an animal with testicles bruised, crushed, torn, or cut. Don't do this in your own land. ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ।
25 You must not accept such animals from a foreigner to offer as your Father's food, since they are deformed and defective—they will not be accepted for you." କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।’”
26 Then our Father said to Moses, ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ,
27 "When a calf, lamb, or goat is born, it stays with its mother seven days; from the eighth day on, it is acceptable as a food offering to me. “ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ।
28 Do not slaughter a cow or a sheep and its young on the same day. ଆଉ, ଗୋରୁ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।
29 "When you sacrifice a thank offering to me, sacrifice it so you'll be accepted. ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ।
30 It must be eaten that same day; leave none of it until morning. I am your Father. ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
31 "Keep my commands and follow them. I am your Father. ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
32 Do not desecrate my holy name; I must be honored as holy among the Israelites. I am your Father, who makes you holy, ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା।
33 and who brought you out of Egypt to be your Father. I am your Father." ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]